
ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ବାତ୍ୟା ସମ୍ଭାବନା ଦେଖାଦେଇଛି । ଆସନ୍ତା ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ହୋଇପାରେ । ବଙ୍ଗୋପସଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି । ୧୫ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଆଉ ଆସନ୍ତା ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ହୋଇପାରେ । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ରହିବ କି ନାହିଁ ସେନେଇ କୌଣସି ଆକଳନ ବର୍ତ୍ତମାନ ସୁଦ୍ଧା ହୋଇନାହିଁ ।
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏହି ଲଘୁଚାପ । ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରି ଆସନ୍ତାକାଲି ବେଳକୁ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।୧୫ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୧୭ ତାରିଖ ବେଳକୁ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ। କିଛି ବିଦେଶୀ ମଡେଲଙ୍କ ଆକଳନ ଅନୁଯାୟୀ ଅବପାତଟି ବାତ୍ୟାରେ ପରିଣତ ହୋଇପାରେ। କିନ୍ତୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇନାହିଁ।





