୧୭ତାରିଖ ପର୍ଯ୍ୟନ୍ତ ଜାରି ରହିବ ଲଗାଣ ବର୍ଷା

ଭୁବନେଶ୍ୱର: ୧୩ ତାରିଖ ରେ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ଥିବାରୁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୧୭ତାରିଖ ପର୍ଯ୍ୟନ୍ତ ଲଗାଣ ବର୍ଷା ହେବାର ଅନୁମାନ କରାଯାଉଛି । ମଙ୍ଗଳବାର ଠାରୁ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଅନ୍ୟ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମ୍ମରେ କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଏବଂ ଗଞ୍ଜାମ ଜିଲାକୁ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ସୁବର୍ଣ୍ଣପୁର, ମୟୂରଭଞ୍ଜ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ.ମନୋରମା ମହାନ୍ତି କହିଛନ୍ତି । ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ