୧୭ରେ ଓଡ଼ିଶା ଆସିବେ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନ ମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରୁ ସୂଚନା ଦେଇଛନ୍ତି। ମୋଦି ତାଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।

 

ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଆସନ୍ତୁ ଏହି ଯୋଜନାର ଲାଭ ପାଇବା ପାଇଁ କିପରି ଆବେଦନ କରିବେ।

ସରକାର ପ୍ରକାଶ କରିଥିବା ବିସ୍ତୃତ ଏସଓପିରେ ସୁଭଦ୍ରା ଯୋଜନା ପାଇଁ କିଭଳି ଆବେଦନ କରିବେ ସେନେଇ ସୂଚନା ଦେଇଛନ୍ତି। ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟରେ ଯୋଗ୍ୟ ହିତାଧିକାରୀମାନେ ଆବେଦନ କରିପାରିବେ। ଏଥିସହିତ ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ରରେ ମଧ୍ୟ ଆବେଦନ କରିହେବ। ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ, ଯେଉଁଥିରେ ଲୋକେ ଆବେଦନ କରିବେ। ସେହିପରି ଯୋଜନା ସମ୍ପର୍କିତ ସୂଚନା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ।

ତେବେ ଏହି ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେଉଁମନେ ବାଦ ପଡ଼ିବେ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ଏହି ଯୋଜନାରୁ ବଞ୍ଚିତ ହେବେ। ସରକାରୀ ଚାକିରି କରୁଥିବା ମହିଳା ଏବଂ ଘରୋଇ କ୍ଷେତ୍ରରେ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା। କାରଣ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ସହାୟତା ପାଇବେ ନାହିଁ ବୋଲି ସରକାର ସୂଚନା ଦେଇଛନ୍ତି। ସେହିପରି ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମଧ୍ୟ ସହାୟତା ମିଳିବନି। ଏପରିକି ମାସିକ ୧୫ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମଧ୍ୟ ସୁଭଦ୍ରା ଯୋଜନାରେ ସହାୟତା ମିଳିବନି। ଏହାର କାର୍ଯ୍ୟକାରିତା ତଦାରଖ କରିବାକୁ ମହିଳା ଓ ଶିଶୁ ବିକାଶ ବିଭାଗ ଏକ ସୁଭଦ୍ରା ସମିତି ସୋସାଇଟି ଗଠନ କରାଯିବ।

  • Related Posts

    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading
    ବିପତ୍ତି ସମୟରେ ରାଜନୀତି ନକରି ସେବା ଉପରେ ଗୁରୁତ୍ୱ ଦିଅ: ରାଜସ୍ୱ ମନ୍ତ୍ରୀ

    ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ