୧୭ ତାରିଖ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୭ ତାରିଖ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୁରୁବାର ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୪ ତାରିଖରେ ବି ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୫, ୧୬ ଓ ୧୭ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି ।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏବେ ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ତେବେ ଏହା ଅବପାତରେ ପରିଣତ ହେବାର ବିଶେଷ ସମ୍ଭାବନା ନାହିଁ ।

ବୁଧବାର ରାତିରେ ରାଜଧାନୀ ସମେତ ରାଜ୍ୟର ବହୁ ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା । ନିର୍ଧୁମ ବର୍ଷା ଢାଳିବାରୁ ବହୁ ସ୍ଥାନରେ ପାଣି ଜମିଥିଲା । ଟିଟିଲାଗଡ଼ରେ ଦିନ ତାପମାତ୍ରା ସର୍ବାଧିକ ୪୦.୫ ଡିଗ୍ରୀ ରେକର୍ଡ ହୋଇଥିଲା । ବଲାଙ୍ଗୀରରେ ୪୦.୨, ସମ୍ବଲପୁରରେ ୪୦.୧, ଭବାନୀପାଟଣାରେ ୪୦, ଝାରସୁଗୁଡ଼ାରେ ୩୯.୮ ଡିଗ୍ରୀ ରେକର୍ଡ ହୋଇଥିଲା । ଆସନ୍ତା ୫ଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

  • Related Posts

    ସନ୍ଧ୍ୟା ୫ଟାରେ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ସନ୍ଧ୍ୟା ୫ଟାରେ ଆଇଶୃଙ୍ଖଳା ପରିସ୍ଥିତି ନେଇ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ପୁଲିସ ଡିଜି ଓ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିବେ। ସବୁ ଜିଲ୍ଲାର ଏସପିମାନେ ଭିସିରେ ରହିବାକୁ ନିର୍ଦ୍ଦେଶ।

    Continue reading
    ଡେଲାଙ୍ଗରେ ବୋମାମାଡ଼,ଜଣେ ଆହତ

    ଡେଲାଙ୍ଗ: ପୁରୀ ଡେଲାଙ୍ଗରେ ବୋମାମାଡ଼। ବେଆଇନି ଖଣି ଖୋଳା ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ ହୋଇଛି। ଏଥିରେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଡେଲାଙ୍ଗ ଥାନା ହରିପୁର କଲେଜ ନିକଟରେ ଘଟିଛି ଏହି ଘଟଣା। ଏଥିରେ ଜଣେ ଯୁବକ ସାମାନ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ