ଭୁବନେଶ୍ବର,17/08: ଏକ ନୂତନ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୮ ତାରିଖରୁ ୨୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଯେଉଁଥି ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଥିବା ବେଳେ ୧୮ରୁ ୨୦ ତାରିଖ ଯାଏଁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦେଇଛି। ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିଆଯାଇଥିବା ସୂଚନା ଅନୁସାରେ ୧୮ ତାରିଖରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ପାଇଁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଳଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ବଳାଙ୍ଗିର, କନ୍ଧମାଳ ଓ ରାୟଗଡ଼ାରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୧୯ ତାରିଖରେ ମଧ୍ୟ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହିତ ମାଲକାନଗିରି, ବଲାଙ୍ଗିର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।
ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…



