୧୮ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ କେନ୍ଦ୍ରଠାରୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ସହ ମିଆଁମାର ଓ ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ଏକ ନିମ୍ନଚାପରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼ା ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କେତେକ ସ୍ଥାନ‌େ‌ର ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲାଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି। ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ପୁଣି ଆରମ୍ଭ ହୋଇଛି। କିଛିଦିନ ତଳେ ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲାରୁ ମୌସୁମି ବାହୁଡି ଥିବାବେଳେ ପରବର୍ତ୍ତୀ ସମୟରେ ମୌସୁମି ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରିବା ପ୍ରକ୍ରିୟା ଅଟକିଥିଲା। ୧୦ ଜିଲାରୁ ମୌସୁମି ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରୁ ମୌସୁମି ସମ୍ପୂର୍ଣ୍ଣ ବିଦାୟ ନେଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାର ଅଧିକାଂଶ ଅଞ୍ଚଳରୁ ମୌସୁମି ବିଦାୟ ନେଇଛି। ଆଗାମୀ ୨ରୁ ୩ଦିନ ମଧ୍ୟରେ ଦେଶର ଅବଶିଷ୍ଟ ଅଞ୍ଚଳରୁ ମୌସୁମୀ ଫେରିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

  • Related Posts

    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ବଲପୁର ସାଂସଦ

    ଭୁବନେଶ୍ୱର/ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ପ୍ରମୁଖ ଖଣି ଓ ଶିଳ୍ପାଞ୍ଚଳର ଜାତୀୟ ତଥା ରାଜ୍ୟ ରାଜପଥଗୁଡ଼ିକରେ ବାଣିଜ୍ୟିକ ଓ ବଡ଼ ବଡ଼ ଯାନଗୁଡ଼ିକର ବେଆଇନ ତଥା ବିପଦଜନକ ପାର୍କିଂ ଯୋଗୁଁ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି