୧୯ରୁ ମାଟ୍ରିକ ପରୀକ୍ଷା

କଟକ:ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହେବାକୁ ଯାଉଛି। ପୂର୍ବରୁ ବିବାଦ ଘେରକୁ ଆସିଥିବା ବୋର୍ଡ ଏଥର ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବା ଉପରେ ଅଧିକ ଗୁରୁତ୍ବ ଦେଉଛି। ବିଶେଷକରି ପ୍ରଶ୍ନପତ୍ର ଯେଭଳି ପ୍ରଘଟ ନହେବ; ସେ ନେଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଶ୍ନପତ୍ରରେ କ୍ୟୁଆର କୋର୍ଡ ଓ ୱାଟର ମାର୍କ ରଖିଛି ବୋର୍ଡ। ଫଳରେ ପ୍ରଶ୍ନପତ୍ର ପ୍ରଘଟ ହେଲେ ସହଜରେ ଜଣାପଡ଼ିବ। ମଙ୍ଗଳବାର କଡ଼ା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ବୋର୍ଡ କାର୍ୟ୍ୟାଳୟରେ ପହଞ୍ଚିଛି। ଖୁବଶୀଘ୍ର ଏହାକୁ ନୋଡାଲ ସେଣ୍ଟର ଗୁଡ଼ିକୁ ପଠାଯିବ। ଏଥର ମାଟ୍ରିକ ପରୀକ୍ଷା ପରିଚାଳନା ନେଇ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିବେ। ପରୀକ୍ଷାକୁ ଶୃଙ୍ଖଳିତ ଭାବେ ପରିଚାଳନା ନେଇ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି।

ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ପର୍ୟ୍ୟନ୍ତ ଚାଲିବ। ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ସାଙ୍ଗକୁ ସଂସ୍କୃତ ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏକସଙ୍ଗେ ଅନୁଷ୍ଠିତ ହେବ। ଫେବୃଆରୀ ୧୯ରେ ପ୍ରଥମ ଭାଷା, ଫେବୃଆରୀ ୨୧ରେ ଦ୍ବିତୀୟ ଭାଷା, ଫେବୃଆରୀ ୨୩ରେ ତୃତୀୟ ଭାଷା, ଫେବୃଆରୀ ୨୫ରେ ବିଜ୍ଞାନ, ଫେବୃଆରୀ ୨୭ରେ ସାମାଜିକ ବିଜ୍ଞାନ ଏବଂ ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ଅନୁଷ୍ଠିତ ହେବ। ସମସ୍ତ ପରୀକ୍ଷା ସକାଳ ୯ଟାରୁ ୧୧.୩୦ ପର୍ୟ୍ୟନ୍ତ ଗୋଟିଏ ସିଟିଂରେ କରାଯିବ। ଗଣିତ ପରୀକ୍ଷା ଲାଗି ପରୀକ୍ଷାର୍ଥୀଙ୍କୁ ଅଧିକ ୧୫ ମିନିଟ୍‌ ସମୟ ମିଳିବ। ରାଜ୍ୟର ୩, ୦୮୨ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ୫, ୬୦, ୫୧୨ ବିଦ୍ୟାର୍ଥୀ। ଏଥିଲାଗି ୩୨୨ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ ପ୍ରସ୍ତୁତ କରାଯାଇଛି। ନୋଡାଲ ସେଣ୍ଟର ଗୁଡ଼ିକରେ ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା କଡ଼ା ସୁରକ୍ଷାରେ ରଖାଯିବ। ସମସ୍ତ ନୋଡାଲ ସେଣ୍ଟର ଗୁଡ଼ିକୁ ଭାଇରାଲ ରେଜିଷ୍ଟାନ୍ସ କରାଯାଇଛି। ବୋର୍ଡ ମୁଖ୍ୟାଳୟରେ ପରୀକ୍ଷା ପରିଚାଳନା ଲାଗି କମାଣ୍ଡ କଣ୍ଟ୍ରୋଲ ରୁମ୍‌ ଖୋଲାଯିବ। ଏ ସଂକ୍ରାନ୍ତରେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ କହିଛନ୍ତି, ମାଟ୍ରିକ ପରୀକ୍ଷା ପରିଚାଳନା ଲାଗି ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଶୃଙ୍ଖଳାର ସହିତ ପରୀକ୍ଷା ପରିଚାଳନା ଉପରେ ବୋର୍ଡ ଗୁରୁତ୍ବ ଦେଉଛି। ଇତିମଧ୍ୟରେ ଓଏମ୍‌ଆରସିଟ୍‌ ବୋର୍ଡ କାର୍ୟ୍ୟାଳୟରେ ପହଞ୍ଚିଛି। ପରୀକ୍ଷା ପରିଚାଳନା ନେଇ ବୋର୍ଡ ପକ୍ଷରୁ ରହିଥିବା ମାର୍ଗଦର୍ଶିକା ଅନୁଯାୟୀ ସମସ୍ତ ପ୍ରକ୍ରିୟା ଜାରି ରହିଥିବା ସେ କହିଛନ୍ତି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ