୧ ମିନିଟ ବି ଚାଲିଲାନି ଗୃହ: ୧୨ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ । ଗୃହକାର୍ୟ୍ୟ ଆରମ୍ଭରୁ ହୋହାଲ୍ଲା ନାରାବାଜି। ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ପ୍ରଶ୍ନକାଳ। ଆଜି ତୃତୀୟ ଦିନ ଆରମ୍ଭରେ ୧ ମିନିଟ ବି ଗୃହ ଚାଲିପାରିଲାନି । ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି । ଗୃହ ଆରମ୍ଭ ହେଉ ହେଉ ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ । ଚାଷୀ ସମସ୍ୟାକୁ ନେଇ ଉଭୟ ବିରୋଧୀ ସଦସ୍ୟ ହୋହାଲ୍ଲା କରିବାରୁ ବାଚସ୍ପତି ଗୃହକୁ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି । ମଣ୍ଡି ସମସ୍ୟା, କଟନି ଛଟନୀ ଏବଂ ଚାଷୀ ମାରଣା ନୀତିକୁ ନେଇ ବିଜେଡିର ହଟ୍ଟଗୋଳ। ସେପଟେ ବିପର୍ୟ୍ୟସ୍ତ ଆଇନ୍‌ ଶୃଙ୍ଖଳାକୁ ନେଇ କଂଗ୍ରେସ ବିକ୍ଷୋଭ କରିଛି। ବାଚସ୍ପତିଙ୍କ ପୋଡିୟମ ନିକଟରେ ବିରୋଧୀ ଜୋରଦାର୍ ହଙ୍ଗାମା କରିଛନ୍ତି। ଯାହାଫଳରେ ବାଚସ୍ପତି ମଧ୍ୟାହ୍ନ ୧୨ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି।

ଆଜି ମହିଳା, ଶିଶୁ ବିକାଶ , ନିର୍ମାଣ , ପର୍ୟ୍ୟଟନ, ମିଶନ ଶକ୍ତି , ଅବକାରୀ, ଆଇନ ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ଧାନର କଟନୀଛଟନୀ , ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇପାରନ୍ତି ବିରୋଧୀ। ଏହାପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ