୨ଟି ବାଟାଲିଅନ ଗଠନକୁ ମଞ୍ଜୁରୀ, ପ୍ରତ୍ୟେକରେ ରହିବ ୧୦୪୦ ପଦବୀ

ଭୁବନେଶ୍ୱର ୨୩।୭: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ । ଏଭଳି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି । ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏଥିରୁ ୧୯୪୪ଟି ନିୟମିତ ପଦବୀ ଥିବାବେଳେ ୧୩୬ଟି ପଦବୀ ଆଉଟସୋର୍ସିଂ ଭିତ୍ତିରେ ସୃଷ୍ଟି କରାଯାଇଛି ।

ରାଜ୍ୟରେ OISF ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଥିଲା । ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ । ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଏପ୍ରିଲ ମାସରେ ଗୋଟିଏ ନୂଆ ବାଟାଲିଅନ ସୃଷ୍ଟି କରିଥିଲେ । ଏହାଦ୍ୱାରା ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରୁଥିଲା ଏବଂ ଏହି ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ଥିଲା । ତୃତୀୟ ଓ ଚତୁର୍ଥ ବାଟାଲିଅନ ସୃଷ୍ଟି ହେବା ପରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ ରେ ସମୁଦାୟ ପଦବୀ ସଂଖ୍ୟା ୪୯୨୭ ପଦବୀ ସୃଷ୍ଟି ହେଲା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି । ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି । ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ ଓଡ଼ିଶା ୨୦୨୫ ପରେ ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହୁରି ଦୁଇଟି ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ