
ଭୁବନେଶ୍ବର: ରାଜ୍ୟ ବିଜେପିର ଅନେକ ନେତା ଏବେ ନିଗମ ଓ ବୋର୍ଡ ଅଧ୍ୟକ୍ଷ ହେବା ଆଶାରେ ଅଛନ୍ତି। ଆଉ ୨୦ ତାରିଖ ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ। ତେବେ ବର୍ତ୍ତମାନ ସମୟରେ ନିର୍ଦ୍ଦିଷ୍ଟ ତାରିଖ କହିହେବ ନାହିଁ। ନୂଆଦିଲ୍ଲୀ ଗସ୍ତରୁ ଫେରିବା ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ରାଜ୍ୟ ବିଜେପି ସଭାପତି କହିଛନ୍ତି, ଭାରତୀୟ ଜନତା ପାର୍ଟିର ନିଗମ, ବୋର୍ଡ ଏବଂ କମିଟି ତାଲିକା ଦିଲ୍ଲୀରେ ହୁଏନି ଓଡ଼ିଶାରେ ହୁଏ। ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସାଂସଦମାନଙ୍କ ସମେତ ଅନ୍ୟ ନେତୃବୃନ୍ଦଙ୍କ ସହ ବୈଠକ ହୋଇଛି। ଦଳୀୟ ନେତାଙ୍କ ସହ ଚର୍ଚ୍ଚା ଆଲୋଚନା ପରେ ନିଷ୍ପତ୍ତି ନିଆଯିବ। ୧୫ କିମ୍ବା ୨୦ ତାରିଖ ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ। ବର୍ତ୍ତମାନ ସମୟରେ ନିର୍ଦ୍ଦିଷ୍ଟ ତାରିଖ କହିହେବ ନାହିଁ।