୨୦ରୁ ଖୋଲିବ ବିଦ୍ୟାଳୟ !

ଭୁବନେଶ୍ବର: ଖରା ଛୁଟି ପରେ ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଖୋଲିବ ସମସ୍ତ ବିଦ୍ୟାଳୟ। ସରକାରଙ୍କ ପକ୍ଷରୁ ବିଦ୍ୟାଳୟ ପୁନଃଖୋଲିବା ତାରିଖ ବିଧିବଦ୍ଧ ଭାବେ ଘୋଷଣା ହୋଇନଥିଲେ ବି ଛୁଟି ତାଲିକାରେ ଏବର୍ଷ ଖରାଛୁଟି ଅବଧି ଜୁନ୍ ୧୯ ପର୍ୟ୍ୟନ୍ତ ରହିଛି। ତେଣୁ ୨୦ରୁ ବିଦ୍ୟାଳୟ ଖୋଲିବା ନେଇ ପ୍ରସ୍ତୁତି ଚାଲିଥିବା ଜଣାପଡ଼ିଛି। ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ ଉପରେ ଗୁରୁତ୍ବ ଦିଆଯାଇଛି। ବିଦ୍ୟାଳୟ ଖୋଲିବାର ଦିନକ ପୂର୍ବରୁ ଅର୍ଥାତ ୧୯ ତାରିଖରେ ଶିକ୍ଷକ, କର୍ମଚାରୀ, ପାଚିକା ଏବଂ ସହାୟିକାଙ୍କୁ କାର୍ୟ୍ୟରେ ଯୋଗଦେବାକୁ ନିର୍ଦେଶ ଦିଆଯାଇଥିବା ସୂଚନା ମିଳିଛି।ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ଝାଡ଼ାବାନ୍ତି ଗୋଟିଏ ପରେ ଗୋଟିଏ ଜିଲାକୁ ବ୍ୟାପୁଛି। ଅନ୍ୟପକ୍ଷରେ କରୋନା ସଂକ୍ରମଣର ଭୟ ମଧ୍ୟ ରହିଛି। ଏବେ ବିଦ୍ୟାଳୟଗୁଡ଼ିକ ବନ୍ଦ ଥିବାରୁଅଭିଭାବକମାନେ ଆଶ୍ବସ୍ତ ଅଛନ୍ତି। ୨୦ରୁ ବିଦ୍ୟାଳୟ ଖୋଲିବା ପରେ ଏ ଦିଗରେ ଅଧିକ ଯତ୍ନବାନ ହେବାର ଆବଶ୍ୟକତା ରହିଛି। ନିକଟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗଣମାଧ୍ୟମରେ କହିଥିଲେ ଯେ, ବିଦ୍ୟାଳୟ ଖୋଲିଲେ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ କରୋନା ସଂକ୍ରମଣ ନେଇ ସତର୍କ କରାଯିବ। ଅଧିକ ସ୍ବାସ୍ଥ୍ୟ ଖରାପ ହେଲେ ଘରେ ରହିବେ ଛାତ୍ରଛାତ୍ରୀ। ବିଦ୍ୟାଳୟଗୁଡ଼ିକ ପୁଣି ଖୋଲିବା ପରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ କରୋନା ସୁରକ୍ଷା ବ୍ୟବସ୍ଥା ପାଳନ କରିବାକୁ ପଡ଼ିବ। ଥଣ୍ଡା ଭଳି ଲକ୍ଷଣ ଥିବା ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟରେ ମାସ୍କ ପିନ୍ଧିବାକୁ କୁହାଯିବ। ଅଧିକ ଗୁରୁତର ଲକ୍ଷଣ ଥିବା ଛାତ୍ରଛାତ୍ରୀଙ୍କୁ ଘରେ ରହିବା ଏବଂ ଅଲଗା ରହିବାକୁ ପରାମର୍ଶ ଦିଆଯିବ ବୋଲି ପୂର୍ବରୁ ମନ୍ତ୍ରୀ କହିଥିଲେ। ବିଦ୍ୟାଳୟ ଖୋଲିବା ପରେ ସରକାରଙ୍କ ପଦକ୍ଷେପ ଉପରେ ଅଭିଭାବକଙ୍କ ନଜର ରହିଛି।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !