୨୦୨୫ରେ ୩ ଥର ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ୨୦୨୫ ମସିହା ହେଉଛି ‘ସୁଭଦ୍ରା’ ଯୋଜନାର ବର୍ଷ। ଏହି ବର୍ଷ ସୁଭଦ୍ରା ଯୋଜନାରେ ମାଲେମାଲ ହେବେ ମହିଳା। କାରଣ ଆସନ୍ତା ବର୍ଷ ମହିଳା ହିତାଧିକାରୀମାନେ ୩ ଥର ପାଇବେ ସୁଭଦ୍ରା ଟଙ୍କା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆସନ୍ତା ବର୍ଷ ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ମିଳିବ । ଏଥିସହ ମାର୍ଚ୍ଚ ୮ ଓ ରକ୍ଷା ବନ୍ଧନରେ ବି ସୁଭଦ୍ରା ଟଙ୍କା ମିଳିବ। ତେଣୁ ଆସନ୍ତା ବର୍ଷ ମହିଳାଙ୍କ ନିମନ୍ତେ ବଡ଼ ଖୁସି ଖବର ଆସିବାକୁ ଯାଉଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

୫ ଲକ୍ଷ ୧୧ ହଜାର ମହିଳାଙ୍କ କେୱାଇସିଉରେ ତ୍ରୁଟି ଥିବାରୁ ତାହାକୁ ସୁଧାରିବାକୁ ଡିସେମ୍ବର ଶେଷ ପର୍ୟ୍ୟନ୍ତ ସୁଯୋଗ ଦେଖାଦେଇଥିଲା। ଆଜି ଫିଲ୍ଡ ରିପୋର୍ଟ ଆସିବ । ଜାନୁଆରୀ ପ୍ରଥମ ସପ୍ତାହରେ ପୁରା ସର୍ଭେ ସରିବ । ରିପୋର୍ଟ ଅନୁସାରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ।
ଏଥିସହ ଆସନ୍ତା ବର୍ଷ ପାଇଁ ମାର୍ଚ୍ଚ ୮ ଓ ରକ୍ଷା ବନ୍ଧନରେ ଦୁଇ ଥର ମିଳିବ ସୁଭଦ୍ରା ଟଙ୍କା । ତେଣୁ ଆସନ୍ତା ବର୍ଷ ମହିଳାମାନେ ସମୁଦାୟ ୩ ଥର ସୁଭଦ୍ରା ଟଙ୍କା ପାଇବେ।

ସୂଚନାଯୋଗ୍ୟ, ହିତାଧୀକାରୀଙ୍କୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ୟ୍ୟାୟରେ ସୁଭଦ୍ରା ଟଙ୍କା ମିଳି ସାରିଛି। ଡିସେମ୍ବର ୨୫ ତାରିଖରେ ଚତୁର୍ଥ ପର୍ୟ୍ୟାୟ ସୁଭଦ୍ରା ଟଙ୍କା ମିଳିବ ବୋଲି ଚର୍ଚ୍ଚା ହେଉଥିଲା। ତେବେ ଯାଞ୍ଚ ଚାଲିଥିବାରୁ ଚତୁର୍ଥ ପର୍ୟ୍ୟାୟ ସୁଭଦ୍ରା ଟଙ୍କା ଡିସେମ୍ବରରେ ମିଳିବ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିବା ବେଳେ ଏହା ୨୦୨୫ ମସିହାରେ ମିଳିବ ବୋଲି ଜଣାଯାଇଛି।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ