୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ହେବ ମାଆ କଟକ ଚଣ୍ଡୀଙ୍କ ମନ୍ଦିର ଉନ୍ନତିକରଣ

କଟକ: ମା କଟକ ଚଣ୍ଡୀ ମନ୍ଦିର ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ଦିନ ହେବ ଚାଲୁଥିଲେ ମଧ୍ୟ ଅଧାପାନ୍ତରିଆ କାମ ଫଳରେ ଭକ୍ତମାନେ ନାହିଁନଥିବା ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଏନେଇ ମା’ କଟକ ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି ଉପସଭାପତି ସୁକାନ୍ତ ମହାନ୍ତି ଓ ସଂପାଦକ ଦେବାଶିଷ ରାଉତଙ୍କ ତରଫରୁ ଦାୟର ଜନସ୍ୱାର୍ଥ ଆବେଦନର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ୨୦୨୬, ମାର୍ଚ୍ଚ ସୁଦ୍ଧା ଶେଷ କରିବାକୁ ବାଲି ଓଡିଶା ବ୍ରିଜ୍‌ ଆଣ୍ଡ କନଷ୍ଟ୍ରକସନ୍‌ କର୍ପଏାରେସନ୍‌ ଲିମିଟେଡ୍‌ (ଓବିସିସି)କୁ ନିର୍ଦ୍ଦେଶ ଦେଇଛନ୍ତି । ମାନ୍ୟବର ହାଇକୋର୍ଟଙ୍କ ନିକଟରେ ୨୦୨୬, ମାର୍ଚ୍ଚ ସୁଦ୍ଧା ଏହି କାର୍ଯ୍ୟ ଶେଷ ହେବ ବୋଲି ଓଡିଶା ବ୍ରିଜ୍‌ ଆଣ୍ଡ କନଷ୍ଟ୍ରକସନ୍‌ କର୍ପଏାରେସନ୍‌ ଲିମିଟେଡ୍‌ (ଓବିସିସି) ସତ୍ୟପାଠ ଦାଖଲ କରିବା ପରେ ଏହି ନିର୍ଦ୍ଦେଶ ପ୍ରଦାନ କରାଯାଇଛି । ପୂର୍ବତନ ଏଏସଆଇ ନିର୍ଦ୍ଦେଶକ, ପୂର୍ବତନ ସୁପରିନଟେଣ୍ଡିଂ ଆର୍କିଓଲୋଜିଷ୍ଟ, ଓଡିଶାର ଅର୍କିଓଲୋଜି ଅଧୀକ୍ଷକ ଓ ନିର୍ଦ୍ଦେଶକଙ୍କୁ ନେଇ ଏକ ବେଠଷୟିକ କମିଟି ଗଠନ କରାଯାଇଛି । ଚଣ୍ଡି ମନ୍ଦିର ପ୍ରକଳ୍ପ ଅଧିନରେ କରାଯାଉଥିବା ନିର୍ମାଣର ତଦାରଖ ଏହି କମିଟି କରୁଛି । କମିଟି ଅନୁମୋଦନରେ ଓ ତଦାରଖରେ ସମସ୍ତ ନିର୍ମାଣ କାର୍ଯ୍ୟ କରାଯାଉଛି ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି ।

  • Related Posts

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ଭୁବନେଶ୍ୱର,୧୨।୮: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର…

    Continue reading
    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ଭୁବନେଶ୍ୱର-୧୨/୦୮: ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟରେ ନବୀକରଣୀୟ ଶକ୍ତି ଉତ୍ପାଦନ ଏବଂ ସଂରକ୍ଷଣ, ବିଶେଷକରି ବ୍ୟାଟେରୀ ଶକ୍ତି ସଂରକ୍ଷଣ ପ୍ରଣାଳୀ ଉପରେ ଏକ ବୈଠକର ଅଧ୍ୟକ୍ଷତା କରିଛନ୍ତି। ଷ୍ଟ୍ରିଟ୍ ଲାଇଟ୍ ବିଷୟରେ ମଧ୍ୟ ଆଲୋଚନା କରାଯାଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ

    “ସଶକ୍ତ ଯୁବଶକ୍ତି ହିଁ ସମୃଦ୍ଧ ରାଷ୍ଟ୍ରର ମୂଳଦୁଆ”