୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ହେବ ମାଆ କଟକ ଚଣ୍ଡୀଙ୍କ ମନ୍ଦିର ଉନ୍ନତିକରଣ

କଟକ: ମା କଟକ ଚଣ୍ଡୀ ମନ୍ଦିର ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ଦିନ ହେବ ଚାଲୁଥିଲେ ମଧ୍ୟ ଅଧାପାନ୍ତରିଆ କାମ ଫଳରେ ଭକ୍ତମାନେ ନାହିଁନଥିବା ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଏନେଇ ମା’ କଟକ ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି ଉପସଭାପତି ସୁକାନ୍ତ ମହାନ୍ତି ଓ ସଂପାଦକ ଦେବାଶିଷ ରାଉତଙ୍କ ତରଫରୁ ଦାୟର ଜନସ୍ୱାର୍ଥ ଆବେଦନର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ୨୦୨୬, ମାର୍ଚ୍ଚ ସୁଦ୍ଧା ଶେଷ କରିବାକୁ ବାଲି ଓଡିଶା ବ୍ରିଜ୍‌ ଆଣ୍ଡ କନଷ୍ଟ୍ରକସନ୍‌ କର୍ପଏାରେସନ୍‌ ଲିମିଟେଡ୍‌ (ଓବିସିସି)କୁ ନିର୍ଦ୍ଦେଶ ଦେଇଛନ୍ତି । ମାନ୍ୟବର ହାଇକୋର୍ଟଙ୍କ ନିକଟରେ ୨୦୨୬, ମାର୍ଚ୍ଚ ସୁଦ୍ଧା ଏହି କାର୍ଯ୍ୟ ଶେଷ ହେବ ବୋଲି ଓଡିଶା ବ୍ରିଜ୍‌ ଆଣ୍ଡ କନଷ୍ଟ୍ରକସନ୍‌ କର୍ପଏାରେସନ୍‌ ଲିମିଟେଡ୍‌ (ଓବିସିସି) ସତ୍ୟପାଠ ଦାଖଲ କରିବା ପରେ ଏହି ନିର୍ଦ୍ଦେଶ ପ୍ରଦାନ କରାଯାଇଛି । ପୂର୍ବତନ ଏଏସଆଇ ନିର୍ଦ୍ଦେଶକ, ପୂର୍ବତନ ସୁପରିନଟେଣ୍ଡିଂ ଆର୍କିଓଲୋଜିଷ୍ଟ, ଓଡିଶାର ଅର୍କିଓଲୋଜି ଅଧୀକ୍ଷକ ଓ ନିର୍ଦ୍ଦେଶକଙ୍କୁ ନେଇ ଏକ ବେଠଷୟିକ କମିଟି ଗଠନ କରାଯାଇଛି । ଚଣ୍ଡି ମନ୍ଦିର ପ୍ରକଳ୍ପ ଅଧିନରେ କରାଯାଉଥିବା ନିର୍ମାଣର ତଦାରଖ ଏହି କମିଟି କରୁଛି । କମିଟି ଅନୁମୋଦନରେ ଓ ତଦାରଖରେ ସମସ୍ତ ନିର୍ମାଣ କାର୍ଯ୍ୟ କରାଯାଉଛି ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ