୨୦୨୬ ସୁଦ୍ଧା ଶେଷ ହେବ ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ ସର୍ଭେ ଓ ବନ୍ଦୋବସ୍ତ:- ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ବର: ଦୀର୍ଘ ଦିନର ଅପେକ୍ଷାର ହେବ ଅନ୍ତ । ସୁବର୍ଣ୍ଣପୁର ଜିଲ୍ଲାରେ ୯୮୯ଟି ଗ୍ରାମ ମଧ୍ୟରୁ ୬୦୮ ଗ୍ରାମର ହାଇଟେକ ସର୍ଭେ ଏବଂ ସେଟେଲମେଣ୍ଟ ପ୍ରକ୍ରିୟା ଶେଷ ହୋଇଛି । ୨୦୨୬ ସୁଦ୍ଧା ଶେଷ ସମାପ୍ତ ହେବ ସୁବର୍ଣ୍ଣପୁରର ଜିଲ୍ଲାର ହାଇଟେକ ସର୍ଭେ ଓ ବନ୍ଦୋବସ୍ତ । ହାଇଟେକ ସର୍ଭେ କାର୍ଯ୍ୟ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ । ସର୍ଭେ ଏବଂ ସେଟେଲମେଣ୍ଟ ଶେଷ ହୋଇଥିବା ଗାଁର ପଟ୍ଟା ପ୍ରସ୍ତୁତ କରି ଭୂଲେଖରେ ଅପଲୋଡ ସହ ପଟ୍ଟା ବଣ୍ଟନ କାର୍ଯ୍ୟ ତିନିଟି ପର୍ଯ୍ୟାୟରେ ୪୫ ଦିନ ମଧ୍ୟରେ ସାରିବାକୁ ନିଷ୍ପତ୍ତି ନିଆଯାଇଛି ।

ଲୋକସେବା ଭବନରେ ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ ସର୍ଭେ ସମ୍ପର୍କରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଦୀର୍ଘ ଦିନର ଅପେକ୍ଷାର ଅନ୍ତ ସହ ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ ସର୍ଭେ କାର୍ଯ୍ୟ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବାକୁ ରାଜସ୍ୱ ମନ୍ତ୍ରୀ ତ୍ୱରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ୯୮୯ଟି ଗ୍ରାମ ମଧ୍ୟରୁ ୬୦୮ ଗ୍ରାମର ହାଇଟେକ ସର୍ଭେ ଏବଂ ସେଟେଲମେଣ୍ଟ ପ୍ରକ୍ରିୟା ଇତିମଧ୍ୟରେ ସମାପ୍ତ ହୋଇଛି । ଏହିସବୁ ଗ୍ରାମ ଗୁଡ଼ିକର ପଟ୍ଟା ପ୍ରସ୍ତୁତ ହେବ । ଭୂଲେଖରେ ଅପଲୋଡ୍ ହେବ । ଏହାସହ ଜନସାଧାରଣଙ୍କୁ ପଟ୍ଟା ବଣ୍ଟନ କାର୍ଯ୍ୟ ହେବ । ତିନିଟି ପର୍ଯ୍ୟାୟରେ ୪୫ ଦିନ ମଧ୍ୟରେ ଏହି କାର୍ଯ୍ୟ ସାରିବାକୁ ନିଷ୍ପତ୍ତି ନିଆଯାଇଛି ।
ବାକିଥିବା ଗ୍ରାମମାନଙ୍କର ସର୍ଭେ ଓ ବନ୍ଦୋବସ୍ତ କାର୍ଯ୍ୟ ୬ ମାସ ମଧ୍ୟରେ ସରିବ । ଏହା ସହ ଭୂଲେଖରେ ଅପଲୋଡ୍ ଓ ମ୍ୟାପ୍ ପ୍ରକାଶ କାର୍ଯ୍ୟ ଶୀଘ୍ର ସମାପ୍ତ କରିବା ପାଇଁ ରାଜସ୍ୱ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୦୨୬ ନଭେମ୍ବର ମାସ ସୁଦ୍ଧା ହାଇଟେକ୍ ସର୍ଭେ ସମ୍ପର୍କିତ ସମସ୍ତ ପ୍ରକ୍ରିୟା ସମାପ୍ତ ହୋଇ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଗ୍ରାମର ଜମିପଟ୍ଟା ସହ ମ୍ୟାପ ପ୍ରକାଶ ପାଇବ । ଏହା ଦ୍ଵାରା ସୁବର୍ଣ୍ଣପୁର ଜିଲ୍ଲାର ଜନସାଧାରଣ ବିଭିନ୍ନ ରାଜସ୍ୱ ସେବା ସହଜରେ ପାଇବା ସହ ଉପକୃତ ହେବେ । ଏହି ପରିପ୍ରେକ୍ଷୀରେ ବନ୍ଦୋବସ୍ତ ସରିଥିବା ଓ ବକେୟା ଥିବା ସମସ୍ତ ଗ୍ରାମର ସାବକ ଜମି ଏବଂ ହାଲ ଜମିକୁ ପୁନର୍ବାର ସଠିକ ଭାବେ ଯାଞ୍ଚ କରି ପ୍ରକ୍ରିୟା ସରିଥିବା ଏବଂ ହେବାକୁ ଥିବା ଜମିଜମାକୁ ନିର୍ଭୁଲ ଭାବେ ପ୍ରସ୍ତୁତ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ରାଜସ୍ୱ ବିଭାଗ ଓ ଜଙ୍ଗଲ ବିଭାଗ ଅଧୀନରେ ଥିବା ସରକାରୀ ଜମିସ୍ୱତ୍ବ ଓ ଦେବୋତ୍ତର ଜମିସ୍ଵତ୍ବ ସୁରକ୍ଷାକୁ ନିଶ୍ଚିତ କରିବା ସହ କୌଣସି ବି ପରିସ୍ଥିତିରେ ଚଞ୍ଚକତା କରି ଏସବୁ ଜମି ଉପରେ କେହି ଅନ୍ୟାୟ ଅକ୍ତିଆର କରିପାରିବେ ନାହିଁ ବୋଲି ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଗୁରୁତ୍ୱାରୋପ କରିଛନ୍ତି । ସେହିପରି ଜନସାଧାରଣଙ୍କ ପକ୍ଷରୁ ପ୍ରକାଶିତ ଜମିପଟ୍ଟା ସମ୍ପର୍କିତ କୌଣସି ଆପତ୍ତି ଥିଲେ କ୍ଷେତ୍ର ପରିଦର୍ଶନ ସହ ତାହାର ଯାଞ୍ଚ କରାଯାଇ ସଠିକ, ସମୁଚିତ ଏବଂ ସମ୍ବେଦନଶୀଳ ଭାବେ ତାହାର ସର୍ଭେ ଏବଂ ବନ୍ଦୋବସ୍ତ କାର୍ଯ୍ୟ ସମାପନ କରିବା ନେଇ ନିର୍ଦ୍ଦେଶ ଦିଆଯାଇଛି ।
ଏଥିସହିତ ଏହି ହାଇଟେକ ସର୍ଭେ ଓ ବନ୍ଦୋବସ୍ତ କାର୍ଯ୍ୟକୁ ନିର୍ଦିଷ୍ଟ ସମୟସୀମା ମଧ୍ୟରେ ସୁନିଶ୍ଚିତ କରିବା ନିମନ୍ତେ ଜିଲ୍ଲାପାଳଙ୍କୁ ସହଯୋଗ କରିବା ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଅଧିକ ଡେପୁଟି କଲେକ୍ଟରଙ୍କୁ ସ୍ୱତନ୍ତ୍ର ଦାୟିତ୍ଵ ସହ ନିଯୁକ୍ତି ଦେବାକୁ ନିଷ୍ପତ୍ତି ହୋଇଛି । ଜମିଜମା ରେକର୍ଡ ଏବଂ ସର୍ଭେର ନିର୍ଦ୍ଦେଶକ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରି ଏହି ହାଇଟେକ୍ ସର୍ଭେ ପ୍ରକିୟାକୁ ତ୍ଵରାନ୍ଵିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ଜମିଜମା ରେକର୍ଡ ଏବଂ ସର୍ଭେର ନିର୍ଦ୍ଦେଶକ ନିଗମାନନ୍ଦ ପଣ୍ଡା, ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲପାଳ ଡ. ନୃପରାଜ ସାହୁ ଏବଂ ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ