୨୦୨୭ ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ଆୟୋଜନ କରିବ ଓଡ଼ିଶା

ଭୁବନେଶ୍ଵର:ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୭’ର ଆୟୋଜନ କରିବ ଓଡ଼ିଶା। ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶାର ସୁନାମ ପୁଣି ଥରେ ଶୀର୍ଷକୁ ଛୁଇଁଛି।ଆସନ୍ତା ୨୦୨୭ ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ଆୟୋଜନ କରିବାର ବଡ଼ ସୁଯୋଗ ଓଡ଼ିଶାକୁ ମିଳିଛି । ହଂକଂଠାରେ ଅନୁଷ୍ଠିତ ଏସିଆନ୍ ଆଥଲେଟିକ୍ସ କାଉନସିଲ୍ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।ଓଡ଼ିଶା ସହିତ ଚଣ୍ଡୀଗଡ଼କୁ ୨୦୨୮ ଏସିଆନ୍ ରିଲେ ଆୟୋଜନର ଦାୟିତ୍ୱ ମଧ୍ୟ ମିଳିଛି।ଏହି ପ୍ରତିଷ୍ଠିତ ଆନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନର ସୂଚନା ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭାରତୀୟ ଆଥଲେଟିକ୍ସ ସଂଘକୁ ଶୁଭେଚ୍ଛା ଜଣାଇଛନ୍ତି।ଓଡ଼ିଶାବାସୀଙ୍କ ପାଇଁ ଏହା ଗର୍ବ ଓ ଗୌରବର ମୁହୂର୍ତ୍ତ କହିଲେ ମୁଖ୍ୟମନ୍ତ୍ରୀ।ଏହି ସଫଳତାଓଡ଼ିଶାର କ୍ରୀଡ଼ା ମୁକୁଟରେ ଆଉ ଏକ ସୁନା ଟୋପି ଯୋଡ଼ିଛି। ଭୁବନେଶ୍ୱରର ବିଶ୍ୱସ୍ତରୀୟ କଳିଙ୍ଗ ଷ୍ଟାଡିୟମ୍ ରେ ଏହି ସମସ୍ତ ମେଗା ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେବ।ଯାହା ଓଡ଼ିଶାକୁ ବିଶ୍ୱର ଅଗ୍ରଣୀ ସ୍ପୋର୍ଟସ ହବ୍ ଭାବେ ପ୍ରତିଷ୍ଠିତ କରିବ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ