୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ

ଭୁବନେଶ୍ୱର:  ରାଜଧାନୀ ଭୁବନେଶ୍ୱରରେ ଗଡ଼ବ ମେଟ୍ରୋ ଟ୍ରେନ୍‌। ୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ ସରିବ। ପ୍ରତି ୧୦ ମିନିଟ୍‌ ବ୍ୟବଧାନରେ ଗଡ଼ିବ ମେଟ୍ରୋ। ଆଜି ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ।

ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ କହିଛନ୍ତି, ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ। ଭୂମିଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ୍‌। ତେବେ ରାଜମହଲ, ଜୟଦେବ ବିହାର ଓଭରବ୍ରିଜ ତଥା ବାରଙ୍ଗ ରେଲୱେ ଲାଇନ୍‌ ଉପରେ ଏହାର ଉଚ୍ଚତା ଅଧିକ ରହିବ। ପ୍ରତି ୧୦ ମିନିଟ ବ୍ୟବଧାନରେ ଚାଲିବ ମେଟ୍ରୋ। ସେଥିପାଇଁ ୩ କୋଚ୍‌ ବିଶିଷ୍ଟ ୧୩ଟି ମେଟ୍ରୋ ଟ୍ରେନ୍‌ କିଣିବାକୁ ଯୋଜନା ହୋଇଛି ବୋଲି ପ୍ରକଳ୍ପ କର୍ତ୍ତୃପକ୍ଷ କହିଛନ୍ତି।ପ୍ରକଳ୍ପ କର୍ତ୍ତୃପକ୍ଷ ଆହୁରି ମଧ୍ୟ କହିଛନ୍ତି, ଏବେ ମେଟ୍ରୋ ପ୍ରକଳ୍ପ ପାଇଁ ଚାଲିଛି ମାଟି ପରୀକ୍ଷା। ବିଭିନ୍ନ ସ୍ଥାନରୁ ୫୦-୬୦ ମିଟର ତଳୁ ମାଟି ନେଇ ଦିଲ୍ଲୀ ଓ କଟକ ଲାବୋରେଟରୀରେ କରାଯାଉଛି ମାଟି ପରୀକ୍ଷା। ୨ ମାସ ମଧ୍ୟରେ ମାଟି ପରୀକ୍ଷା ସରିବ। ସେହିପରି ସଡ଼କ ଯାତ୍ରୀଙ୍କ ଯାତାୟତ ସୁବିଧା ଲାଗି ଏବେ ଶିଶୁ ଭବନ ଛକଠାରୁ ରଘୁନାଥପୁର ଜାଲି ପର୍ୟ୍ୟନ୍ତ ରାସ୍ତା ପ୍ରଶସ୍ତିକରଣ କାମ ମଧ୍ୟ ଚାଲିଛି। ୨ ମାସ ମଧ୍ୟରେ ରାସ୍ତା ପ୍ରଶସ୍ତିକରଣ କାମ ସରିବ। ମାଟି ପରୀକ୍ଷା ରିପୋର୍ଟ ସରିବା ପରେ ଆରମ୍ଭ ହେବ ଫାଉଣ୍ଡେସନ ଡିଜାଇନ।

ମେଟ୍ରୋ ପ୍ରକଳ୍ପ ଲାଗି ଭୁବନେଶ୍ୱର ଘାଟିକିଆଠାରେ କାଷ୍ଟିଂ ୟାର୍ଡ ତିଆରି ଚାଲିଛି। ଏଠାରେ ମେଟ୍ରୋ ରେଳ ଲାଇନ୍‌ ପାଇଁ ତିଆରି ହେବ କାଷ୍ଟିଂ ଉପକରଣ। ସେହିପରି ତ୍ରିଶୁଳିଆ ଫୁଲପୋଖରୀ ରତାଗଡ଼ଠାରେ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ମେଣ୍ଟେନାନ୍ସ ଡିପୋ ତିଆରି କାମ ମଧ୍ୟ ଚାଲୁ ରହିଛି ବୋଲି ମେଟ୍ରୋ ପ୍ରକଳ୍ପ କର୍ତ୍ତୃପକ୍ଷ କହିଛନ୍ତି।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ଆଇପିଏସ୍ଆ ଶୀଷ ସିଂଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରାଇଦେଲା କେନ୍ଦ୍ର

    ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଆଶୀଷ କୁମାର ସିଂଙ୍କୁ କେନ୍ଦ୍ର ସରକାର ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେଇଛନ୍ତି। କେନ୍ଦ୍ରୀୟ ଗୁଇନ୍ଦା ବିଭାଗ(ଆଇବି)ରେ ଡେପୁଟି ଡାଇରେକ୍ଟର ଭାବେ କାର୍ୟ୍ୟରତ ଥିବା ଶ୍ରୀ ସିଂଙ୍କୁ ତତ୍କାଳ ଅବ୍ୟାହତ ଦେଇ ଓଡ଼ିଶା କ୍ୟାଡ଼ରକୁ ଫେରିଯିବାକୁ ନିର୍ଦ୍ଦେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ