ନୂଆଦିଲ୍ଲୀ,୨୧/୦୧/୨୦୨୬: କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅଟଳ ପେନ୍ସନ ଯୋଜନା (ଏପିୱାଇ)କୁ ଜାରି ରଖାଯିବ। ଏହି ଯୋଜନାର ପ୍ରଚାରପ୍ରସାର ଓ ବିକାଶମୂଳକ କାର୍ଯ୍ୟକଳାପ ପାଇଁ ପାଣ୍ଠି ସହାୟତାର ସମ୍ପ୍ରସାରଣ କରାଯିବା ସହିତ ନିଅଣ୍ଟ ଭରଣା ଲାଗି ମଧ୍ୟ ପାଣ୍ଠି ଯୋଗାଇ ଦିଆଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅଟଳ ପେନ୍ସନ ଯୋଜନା (ଏପିୱାଇ)କୁ ଜାରି ରଖାଯିବ। ଅସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କ ପାଇଁ ବୃଦ୍ଧାବସ୍ଥାରେ ଆୟ ସୁରକ୍ଷା ଯୋଗାଇ ଦେବା ଉଦ୍ଦେଶ୍ୟରେ ୨୦୧୫ ମେ ୯ରେ ଏପିୱାଇ ଯୋଜନା ଆରମ୍ଭ କରାଯାଇଥିଲା। ଆର୍ଥିକ ଯୋଗଦାନକୁ ଆଧାର କରି ଏପିୱାଇ ୬୦ ବର୍ଷ ବୟସରୁ ପ୍ରତି ମାସରେ ୧୦୦୦ ରୁ ୫୦୦୦ ଟଙ୍କା ପର୍ଯ୍ୟନ୍ତ ଗ୍ୟାରେଣ୍ଟିଯୁକ୍ତ ସର୍ବନିମ୍ନ ପେନସନ ପ୍ରଦାନ କରିଥାଏ।୨୦୨୬ ଜାନୁଆରି ୧୯ ସୁଦ୍ଧା ୮.୬୬ କୋଟିରୁ ଅଧିକ ଉପଭୋକ୍ତା ଏହି ଯୋଜନାରେ ପଞ୍ଜୀକରଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।
‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…


