୨୧ରୁ ରାଜ୍ୟବ୍ୟାପୀ ସୁଭଦ୍ରା ଶକ୍ତି ସମାବେଶ

ଭୁବନେଶ୍ୱର : ଆସନ୍ତା ୨୧ରୁ ୩୦ ପର୍ୟ୍ୟନ୍ତ ସମସ୍ତ ଗ୍ରାମ ପଞ୍ଚାୟତରେ ‘ସୁଭଦ୍ରା ଶକ୍ତି ସମାବେଶ’ ଆୟୋଜନ କରାଯିବ। ଏହି କାର୍ୟ୍ୟକ୍ରମ ମାଧ୍ୟମରେ ମହିଳା ସଶକ୍ତୀକରଣ ଓ ଜୀବିକା ସୁଯୋଗ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ। ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ବିଭିନ୍ନ ସରକାରୀ ଯୋଜନା, ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଦକ୍ଷତା ବିକାଶ, ବଜାର ସଂଯୋଗ ଏବଂ ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଓ ‘ମହାଲକ୍ଷପତି ଦିଦି’ ସୃଷ୍ଟି ଦିଗରେ ସଚେତନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ରାଜ୍ୟବ୍ୟାପୀ ଆୟୋଜିତ ହେବାକୁ ଥିବା ‘ସୁଭଦ୍ରା ଶକ୍ତି ସମାବେଶ’ କାର୍ୟ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ସମସ୍ତ ଜିଲାର କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ସହ ଆଭାସି ମାଧ୍ୟମରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହାପରେ ମିଶନ ଶକ୍ତି ଭବନର ସମ୍ମିଳନୀ ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ସହ ଏକ ସ୍ୱତନ୍ତ୍ର ବାର୍ତ୍ତାଳାପ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ୩୦ଟି ଜିଲାରୁ ୩୦୦ରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଅଂଶଗ୍ରହଣ କରିଥିଲେ। କ୍ଷେତ୍ରସ୍ତରରୁ ମିଳୁଥିବା ଅନୁଭୂତି, ମତାମତ ଓ ପରାମର୍ଶ ଆଧାରରେ ମିଶନ ଶକ୍ତିର କାର୍ୟ୍ୟକ୍ରମଗୁଡ଼ିକୁ ଆହୁରି ପ୍ରଭାବଶାଳୀ ଓ ଫଳପ୍ରଦ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ରାଜଧାନୀରେ ବୁଲିଲା ଖଣ୍ଡା

    ଭୁବନେଶ୍ବର :ରାଜଧାନୀରେ ବୁଲିଲା ଖଣ୍ଡା। ଦୋକାନ ଭାଙ୍ଗିବା ସହ ବାପା ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ପାଖ ବସ୍ତିରେ ୪ରୁ ୫ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରିଥିଲେ। ଆହତ ଦିଲ୍ଲିପ ଓ ରାଜେନ୍ଦ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ବୃତ୍ତ…

    Continue reading
    ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା

    ରାୟଗଡ଼ା: ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ଅନୁରୋଧ କରାଯାଇଥିବା ସୂଚନା ଦେଇଛନ୍ତି ରାୟଗଡ଼ା ଏସପି ରାଜ ପ୍ରସାଦ। ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଗିରଫ କରାଯାଇଛି। ବାକି ଅଭିଯୁକ୍ତଙ୍କୁ ଧରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ