୨୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତି ଝାରସୁଗୁଡ଼ା ଓ ରାଇରଙ୍ଗପୁରରେ ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ଓଡ଼ିଶା ପୁଲିସର ପ୍ରସ୍ତାବିତ ରାଇରଙ୍ଗପୁର ପୁଲିସ ଜିଲ୍ଲାକୁ ରାଷ୍ଟ୍ରପତି ଶୁଭାରମ୍ଭ କରିବା ସହିତ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଉଦ୍‌ଘାଟନ କରିବେ । ସେହିପରି ଓଡ଼ିଶା ପୁଲିସକୁ ନୂତନ ଭାବେ ମିଳିଥିବା ‘ରାଷ୍ଟ୍ରପତି ପୁଲିସ କଲର ସମ୍ମାନ’କୁ ମହାମହିମ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଗସ୍ତକୁ ନେଇ ପୁଲିସ ଡିଜିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଥିଲା। ଏହି ବୈଠକରେ ପୁଲିସ ବିଭାଗର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଯେଉଁ ବୈଠକରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର,ଏଡିଜି ଆଇନଶୃଙ୍ଖଳା ସଞ୍ଜୟ କୁମାର, ଏଡିଜି ଆଧୁନିକୀକରଣ ସୌମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜି କମିଶନର ଦୟାଲ ଗ୍ୟାଙ୍ଗୱାର, ଏଡିଜି ପୋଲିସ ହାଉସିଂ କର୍ପୋରେସନ ଅଧ୍ୟକ୍ଷ, ଆଣ୍ଟି-ନକ୍ସଲ ଅପରେସନର ଏଡିଜି ସଂଜୀବ ପଣ୍ଡା, ଏଡିଜି ଏସ୍ଏପି ରାଜେଶ କୁମାର, ଏଡିଜି ICAW ଏସ୍ ସାଇନି, ଏଚ୍ଆର୍ପିସି ଯତୀନ୍ଦ୍ର କୋଏଲ, ପୁଲିସ କମିଶନର ଦେବ ଦତ୍ତ ସିଂ , ଏଡିଜି ମୁଖ୍ୟାଳୟ ପ୍ରତୀକ ମହାନ୍ତି, ଆଇଜି ପ୍ରବୀଣ କୁମାର, ଆଇଜି କ୍ରାଇମ୍ବ୍ରାଞ୍ଚ ସାର୍ଥକ ଷଡଙ୍ଗୀ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଗତ ୧ ତାରିଖରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପୁଲିସର ‘ରାଷ୍ଟ୍ରପତି ପୁଲିସ କଲର ସମ୍ମାନ’ ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା ।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ