୨୨ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ୱର: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତା ୨୨ ତାରିଖ ଦିନ ଓଡ଼ିଶା ଆସିବେ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ଏହି ଗସ୍ତ ସମୟରେ ଶ୍ରୀ ଶାହ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଲାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ।

ଅନ୍ୟପକ୍ଷରେ ଦୁଇ ଦନିଆ ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ରେ ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ ଦର୍ଶନ କରିବେ। ୨୫ରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ୟ୍ୟକ୍ରମ ସ୍ଥିର ହୋଇଛି ।

୨୪ ତାରିଖରେ ରାଷ୍ଟ୍ରପତି ରାଜ୍ୟର ପ୍ରମୁଖ ପର୍ୟ୍ୟଟନସ୍ଥଳୀ ତଥା ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀ ନୀଳମାଧବଙ୍କୁ ଦର୍ଶନ କରିବେ ବୋଲି ପ୍ରାକ୍‌ ସୂଚନା ମିଳିଛି । ସେହିପରି ୨୫ରେ ରେଭେନ୍ସା ସମାବର୍ତ୍ତନ ଉତ୍ସବ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶେଷ ଆୟୋଜନ କରାଯାଉଛି । ରାଷ୍ଟ୍ରପତିଙ୍କ ସହିତ ଏହି ଉତ୍ସବରେ ଅନ୍ୟତମ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ।

  • Related Posts

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୧୨ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ରପ୍ରଦେଶରେ ୪୬୦୦ କୋଟି ଟଙ୍କା ବ୍ୟୟରେ ୪ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌କୁ ଅନୁମୋଦନ ମିଳିଛି, ଯାହାକୁ ସ୍ୱାଗତ କରିଛନ୍ତି…

    Continue reading
    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ଭୁବନେଶ୍ୱର,୧୨।୮: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ