୨୪ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

ଭୁବନେଶ୍ବର: ଅଗଷ୍ଟ ୨୪ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରସ୍ଥିତ ୟୁନିଟ୍-୨ ଅଶୋକ ନଗର ନିକଟ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ)ଠାରେ ସକାଳ ୮ଟାରୁ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଅଗଷ୍ଟ ୧୯ ପୂର୍ବାହ୍ନ ୧୧ଟା ଆରମ୍ଭ ହେବ। ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ବୀକାରପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ତଥା ନିଜର ଅଭିଯୋଗପତ୍ର ସହ ଉପରୋକ୍ତ ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବାକୁ କୁହାଯାଇଛି। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ଭିଜିଲାନ୍ସ ଜାଲରେ ସଇଁତଳା ଆରଆଇ

    ଲାଞ୍ଚ ନେବାବେଳେ ଧରାପଡ଼ିଲେ ବଲାଙ୍ଗୀର, ୧୩ ।୧୦: ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଆଲନ ବେହେରାଙ୍କୁ ଭିଜିଲାନ୍ସ ମାଡ଼ିବସିଛି । ଜଣେ ଆବେଦନକାରୀଙ୍କ କୃଷି ଜମିକୁ ଘରବାରି ଜମିରେ ପରିବର୍ତ୍ତନ ସମ୍ପର୍କିତ…

    Continue reading
    “ମୁକ୍ତ ବାଣିଜ୍ୟ ଚୁକ୍ତି ସୁଯୋଗର ସଦୁପଯୋଗ” ଶୀର୍ଷକ କର୍ମଶାଳା

    ବିଶ୍ଵ ବଜାର ସମୃଦ୍ଧିର ନୂଆ ଦିଗନ୍ତ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଭୁବନେଶ୍ୱର, ତା: ୧୩/୧୦/୨୦୨୬: ଓଡ଼ିଶାର ବ୍ୟବସାୟ ଓ ରପ୍ତାନି କ୍ଷେତ୍ରକୁ ବିଶ୍ୱ ବଜାରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଉଦ୍ଦେଶ୍ୟରେ ସ୍ଥାନୀୟ ମେ’ଫେୟାର୍ କନଭେନସନଠାରେ “ମୁକ୍ତ ବାଣିଜ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ