ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୫୦ କି.ମି. ବେଗରେ ପବନ ବହିପାରେ । ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୧ ଛାତ୍ରଛାତ୍ରୀଙ୍କ ନାମାଙ୍କନ ପତ୍ର ଦାଖଲ: ୫ଜଣଙ୍କ କାଏମ
ଦେବଗଡ଼:୮ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଛାତ୍ର ସଂସଦ ନିର୍ବାଚନ ହେଉଛି।ଯାହାକୁ ନେଇ ବର୍ତ୍ତମାନ ଦେବଗଡ ଜିଲ୍ଲାର ବିଭିନ୍ନ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇପଡିଛି।ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ ଥିବାବେଳେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ…








