୨୪ ବେଳକୁ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଥିବା ବେଳେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।ମଙ୍ଗଳବାର ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଦେଇ ଗତି କରିବ। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆକଳନ କରାଯାଇଛି। ଏଥିପାଇଁ ମଙ୍ଗଳବାର ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ବଲାଙ୍ଗିର ଓ ରାୟଗଡ଼ା ପାଇଁ ପ୍ରବଳରୁ ଅତି ପ୍ରବଳ ଜନିତ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପଟେ ରାଜ୍ୟର ଅନ୍ୟସ୍ଥାନରେ ଧୀରେ ଧୀରେ ବର୍ଷାର ପ୍ରଭାବ ହ୍ରାସ ପାଇବାର ସମ୍ଭାବନା ରହିଛି। ମାତ୍ର ପୁଣି ୨୩-୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ଥିବାରୁ ରାଜ୍ୟରେ କ୍ରମାଗତ ଭାବେ ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ସାଗର ପ୍ରବଳ ଅଶାନ୍ତ ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଲଗାଣ ବର୍ଷା ଯୋଗୁଁ ଦକ୍ଷିଣ ଓଡ଼ିଶା ବ୍ୟାପକ ପ୍ରଭାବ ପଡ଼ିଛି। ବିଶେଷକରି ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅତ୍ୟଧିକ ବର୍ଷା ଯୋଗୁଁ ମାଲାକାନଗିରିରୁ ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ୱର ଜାତୀୟ ରାଜପଥର କାଙ୍ଗୁରୁକୋଣ୍ଡା ପୋଲ ଉପରେ ବନ୍ୟା ପାଣି ପ୍ରବାହିତ ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ୯ଟି ସ୍ଥାନରେ ପ୍ରବଳ ଓ ଗୋଟିଏ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ କୋରାପୁଟ କୋଟପାଡ଼ର ସର୍ବାଧିକ ୧୩୩ ମିମି ବର୍ଷା ରେକର୍ଡ କରାଯାଇଛ। କୋରାପୁଟରେ ମଧ୍ୟ ଆଜି ସାଢେ଼ ୫ଟା ସୁଦ୍ଧା ୬୪ ମିମି ବର୍ଷା ରେକର୍ଡ ହୋଇଛି। ପାରଳାଖେମୁୁଣ୍ଡିରେ ୪୯ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନବରଙ୍ଗପୁରରେ ୩୩ ମିମି ବର୍ଷା ରେକର୍ଡ ହୋଇଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ