୨୫ ଓ ୨୬ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ବୁଧବାର ଅପରାହ୍ନ ସୁଦ୍ଧା ଅବପାତରେ ପରିଣତ ହେବ । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ତାମିଲନାଡୁ, ପଣ୍ଡିଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ମୁହାଁଇବା ସହ ଅଧିକ ଘନୀଭୂତ ହୋଇପାରେ । କିନ୍ତୁ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡ଼ିବନି । ଆସନ୍ତା ୨୬ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୨୫ ଓ ୨୬ ତାରିଖରେ କିଛି ସ୍ଥାନରେ ଭାରି ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି ।
ପାଣିପାଗ ବିଭାଗ ପୂର୍ବାନୁମାନ କରି କହିଛି, ୨୨ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି କୁହାଯାଇଛି । ୨୩ ଓ ୨୪ ତାରିଖରେ ବି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୫ ଓ ୨୬ ତାରିଖରେ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଭାରି ବର୍ଷା ହେବ ବୋଲି ଆଇଏମ୍‌ଡି ଆକଳନ କରିଛି । ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କହିଛନ୍ତି, ଏବେ ଯେଉଁ ସ୍ପଷ୍ଟ ଚିହ୍ନିତ ଲଘୁଚାପ(ୱେଲ ମାର୍କ ଲୋ ପ୍ରେସର) ସୃଷ୍ଟି ହୋଇଛି ତାହା ୨୩ ବା ୨୪ରେ ଅବପାତ ହେବାର ସମ୍ଭାବନା କମ୍‌ । କିନ୍ତୁ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବସ୍ଥାରେ ଏହା ଦ୍ୱିତୀୟ ଲଘୁଚାପ ସହ ମିଶିଯିବ । ୨୪ ବା ୨୫ ତାରିଖରେ ଆଉ ଏକ ଲଘୁଚାପ(ଦ୍ୱିତୀୟ ଲଘୁଚାପ) ସୃଷ୍ଟି ହେବ । ଏବେକାର ସ୍ପଷ୍ଟ ଚିହ୍ନିତ ଲଘୁଚାପ ଏହି ସମ୍ଭାବ୍ୟ ଲଘୁଚାପ ସହ ମିଶିବ । କିନ୍ତୁ ଏହା କେତେ ଘନୀଭୂତ ହେବ ଓ ଗତିପଥ କଣ ରହିବ, ତାହା ଏବେଠାରୁ ସ୍ପଷ୍ଟ ହୋଇନି । ୨୪ ତାରିଖ ବେଳକୁ ଏହା ଅଧିକ ସ୍ପଷ୍ଟ ହେବ । ସେ ପୁଣି କହିଛନ୍ତି, ଏବେ ଦକ୍ଷିଣ ବଙ୍ଗୋପସାଗରରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହିତ ହେଉଛି । ଏହା ପ୍ରତ୍ୟାବର୍ତ୍ତନ କରିନି । ପୁଣି ଉତ୍ତର ପୂର୍ବ ମୌସୁମୀ ବାୟୁ ଆସିବାକୁ ଚେଷ୍ଟା କରୁଛି । ଏହା ଟ୍ରାନ୍‌ଜିସନ୍‌ ପିରିଅଡ୍‌ । ବାୟୁମଣ୍ଡଳ ଓ ସମୁଦ୍ରର ପରିସ୍ଥିତି ତତ୍କାଳ ବଦଳିବା ଯୋଗୁ ଏବେଠାରୁ ଠିକ୍‌ ପୂର୍ବାନୁମାନ କରିହେଉନି ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ