୨୫ ବିଧାୟକଙ୍କୁ ଦଳରୁ ବହିଷ୍କାର କଲା ଏଆଇଏଡିଏମକେ

ଚେନ୍ନଇ:ତାମିଲନାଡୁରେ ଦୁଇ ଫାଳ ହେଲା ଏଆଇଏଡିଏମକେ। ତାମିଲନାଡୁ ବିଧାନସଭା ନିର୍ବାଚନ ପରେ ଏଆଇଏଡିଏମକେରେ ଦେଖା ଯାଇଥିବା ବିବାଦ ଏବେ ତୀବ୍ର ରୂପ ଧାରଣ କରିଛି। ବୁଧବାର ଏଆଇଏଡିଏମକେର ମୁଖିଆ ଇଡାପାଡି କେ ପଲାନିସ୍ୱାମୀ ବିଦ୍ରୋହୀ ନେତାଙ୍କ ବିରୋଧରେ ଗ୍ରହଣ କରିଛନ୍ତି କାର୍ୟ୍ୟାନୁଷ୍ଠାନ। ଏସପି ଭେଲୁମଣି ଓ ସିଭି ଶନମୁଗମଙ୍କ ସମେତ ଏକାଧିକ ବିଦ୍ରୋହୀଙ୍କୁ ଦଳୀୟ ପଦରୁ ବହିଷ୍କାର କରିଛନ୍ତି। ଏହି ବିଦ୍ରୋହୀମାନେ ଆଜି ତାମିଲନାଡୁ ବିଧାନସଭାରେ ଦଳୀୟ ହ୍ୱିପକୁ ବେଖାତିର କରିଥିଲେ। ସେମାନେ ଟିଭିକେ ମୁଖ୍ୟ ବିଜୟଙ୍କୁ ଆସ୍ଥା ଭୋଟରେ ସମର୍ଥନ ଦେଇଥିଲେ। ଏହାପରେ ଇପିଏସ୍ ଦଳର ବିଭିନ୍ନ ପଦପଦବୀରେ ଥିବା ନେତାକୁ ବହିଷ୍କାର କରିଛନ୍ତି। ମୋଟ ୨୯ ଜଣ ଏଆଇଏଡିଏମକ ନେତାଙ୍କୁ ଦଳୀୟ ପଦପଦବୀରୁ ହଟାଇ ଦିଆଯାଇଛି। ଏମାନଙ୍କ ମଧ୍ୟରେ ୧୩ ଜଣ ବିଧାୟକ ରହିଛନ୍ତି। ଶନମୁଗମ ଓ ଭେଲୁମଣିଙ୍କ ବ୍ୟତୀତ ଏଆଇଏଡିଏମକେର ଆର କାମରାଜ, ସି ବିଜୟଭାସ୍କର, ଥାଙ୍ଗାମଣି, କେପି ଆନବାଝଗାନ, କେସି ବୀରମଣି ଓ ଏଆର ବିଜୟ ଭାସ୍କରଙ୍କୁ ସେମାନଙ୍କ ପଦବୀ ହଟାଇ ଦିଆଯାଇଛି। ଶନମୁଗମଙ୍କ ନେତୃତ୍ୱରେ ୨୫ ଜଣ ଏଆଇଏଡିଏମକେ ବିଧାୟକ ଆଜି ଟିଭିକେ ସରକାରଙ୍କୁ ଆସ୍ଥା ଭୋଟରେ ସମର୍ଥନ କରିଥିଲେ। ଏଥିପାଇଁ ବିଜୟ ବେଶ ସହଜରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ ଦେଖାଇ ପାରିଛନ୍ତି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    କଲେଜ ନିର୍ବାଚନ : ସୋମବାର ସୁଦ୍ଧା କାର୍ଯ୍ୟସୂଚୀ

    ଭୁବନେଶ୍ୱର, ୩ ।୧୦ : ଖୁବ୍‌ଶୀଘ୍ର କଲେଜ ନିର୍ବାଚନ ତାରିଖ ଘୋଷଣା କରାଯିବ । ଆଜି ତାରିଖ ଘୋଷଣା ହେବବୋଲି ଅନୁମାନ କରାଯାଉଥିଲା । ତେବେ ରାଜନୀତିକ କାରଣବଶତଃ ତାରିଖ ଘୋଷଣା ହୋଇପାରିନାହିଁ । ରବିବାର କିମ୍ବା ସୋମବାର କଲେଜ ନିର୍ବାଚନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ