୨୭ ଅକ୍ଟୋବରରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅକ୍ଟୋବର ୨୭ ତାରିଖ ଦିନ ଦୈପଦୀ ମୁର୍ମୁ ରାଇରଙ୍ଗପୁରରେ ପହଞ୍ଚିବେ ଏବଂ ୨୮ ତାରିଖ ଦିନ ସେ ଫେରିଯିବାର ସୂଚନା ମିଳିଛି । ରାଷ୍ଟ୍ରପତି ଦୈପଦୀ ମୁର୍ମୁ ଆସିବା ପୂର୍ବରୁ ରାଇରଙ୍ଗପୁରରେ ଏକ ବିଶାଳ ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଛି । ରାଇରଙ୍ଗପୁର ପହଞ୍ଚି ମହାମହିମ ଏହି ଚକ୍ଷୁ ଚିକିତ୍ସା ଶିବିରରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଅନ୍ୟପକ୍ଷରେ ଆସନ୍ତା ୨୬ ରୁ ୩୦ ଯାଏଁ ରାଇରଙ୍ଗପୁରରେ ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହେବାକୁ ଯାଉଛି । କାଲି ଠାରୁ ସେଠାରେ ଚକ୍ଷୁ ପରୀକ୍ଷା ପରେ ଚିହ୍ନଟ ହୋଇଥିବା ଲୋକଙ୍କର ଆବଶ୍ୟକ ଚକ୍ଷୁ ଚିକିତ୍ସା ଓ ଅପରେସନ କାର୍ଯ୍ୟ ଆରମ୍ଭ ହେବ । ଦେଶର ବିଭିନ୍ନ କୋଣରୁ ଶହେରୁ ଉର୍ଦ୍ଧ୍ୱ ଡାକ୍ତର ରାଇରଙ୍ଗପୁର ପହଞ୍ଚି ଆସନ୍ତା କାଲି ଠାରୁ ଅକ୍ଟୋବର ମାସର ୨୬ ତାରିଖ ଯାଏଁ ଚକ୍ଷୁ ପରୀକ୍ଷା କରିବେ ।
ଏହି ମେଗା ଚକ୍ଷୁ ଚିକିତ୍ସା ଶିବିରରେ ସଞ୍ଜିବ ନେତ୍ରାଳୟ, ମହତାବ ଭବନ ଏବଂ ରାଇରଙ୍ଗପୁର ମୁଖ୍ୟ ଚିକିତ୍ସାଳୟ ଭାଗ ନେବେ । ମହାମହିମ ରାଷ୍ଟ୍ରପତି ଦୈପଦୀ ମୁର୍ମୁ ଏହି ଚକ୍ଷୁ ଚିକିତ୍ସା ଶିବିରରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ମୟୁରଭଞ୍ଜ ସାଂସଦ ନବଚରଣ ମାଝି ସୂଚନା ଦେଇଛନ୍ତି ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ