
ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୮ ତାରିଖରେ ତାଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ଅନେକ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଅମିତ ଶାହ।
ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ତେବେ ଗୃହମନ୍ତ୍ରୀଙ୍କ ଏହି ସମ୍ଭାବ୍ୟ ଗସ୍ତକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି।





