୨୮ ଯାଏ ଦକ୍ଷିଣରେ ବର୍ଷା

ଭୁବନେଶ୍ୱର: ଜୁନ୍ ୨୮ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଏବଂ ଗଜପତି ଜିଲାର କିଛି
ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ଦାରିଙ୍ଗବାଡ଼ି ଏବଂ ନବରଙ୍ଗପୁରରେ ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, କଳାହାଣ୍ଡି ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡିକର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିସହିତ ଉପକୂଳବର୍ତ୍ତୀ ଜିଲାଗୁଡିକରେ ବର୍ଷା ପବନର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

  • Related Posts

    snake bite ସାପ କାମୁଡ଼ାରେ ଭାଇ-ଭଉଣୀଙ୍କ ମୃତ୍ୟୁ

    ରାଉରକେଲା: ସାପ କାମୁଡ଼ାରେ ଦୁଇ ନାବାଳକ ଭାଇ-ଭଉଣୀଙ୍କ ମୃତ୍ୟୁ ଘଟିଛି। ରାଉରକେଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ଗୀର୍ଜାଟୋଲିରେ ଏହି ଅଭାବନୀୟ ଘଟଣା ଘଟିଛି।ମୃତକମାନେ ହେଲେ ୧୦ ବର୍ଷୀୟ ସମୀର ହରୋ ଓ ତାଙ୍କ ୮ ବର୍ଷୀୟ ଭଉଣୀ ସାଇରନ୍ ହରୋ। ସୂଚନା…

    Continue reading
    grivance ଗୁରୁସଙ୍ଗରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

    ଦେବଗଡ଼:ବାରକୋଟ ବ୍ଲକର ଗୁରୁସଙ୍ଗ ପଞ୍ଚାୟତର ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଓ ଏସପି କିଶୋର ଚନ୍ଦ୍ର ମୁଣ୍ଡ ଯୋଗଦେଇ ୪୬ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ