୨୯ରୁ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ

ବାରିପଦା : ବର୍ଷାଋତୁରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ପ୍ରବେଶ ଉପରେ ନିଷେଧାଦେଶ ଜାରି ହୋଇଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟର ବିଜ୍ଞପ୍ତି ଅନୁଯାୟୀ ଜୁନ୍‌ ୨୯ ତାରିଖରୁ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ରହିବ।

ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବର୍ଷା ଦିନେ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ବନ୍ଦ ରହିବ । ଏଥିପାଇଁ ଯଶିପୁରର କାଳିଆଣି ଗେଟ୍‌ ଓ ବାରିପଦା ପଟୁ ପିଠାବଟା ଗେଟ୍‌ ଦେଇ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ରୋକ୍‌ ଲଗାଯିବ । ତେବେ ତାଳବନ୍ଧ ଓ ଜାମୁଆଣି ଇକୋ ଟୁରିଜିମ୍‌ କମ୍ପେ୍ଲକ୍ସ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବ ବୋଲି ସୂଚନା ରହିଛି । ବର୍ଷା ଦିନରେ ଶିମିଳିପାଳର କଚ୍ଚା ରାସ୍ତା କାଦୁଅ ହୋଇ ପିଚ୍ଛିଳ ହୋଇଯିବା ସହ ପାହାଡ ଉପରୁ ବର୍ଷା ଜଳ ପ୍ରବାହ ଯୋଗୁଁ ବିଭିନ୍ନ ସ୍ଥାନରେ ରାସ୍ତା ନଷ୍ଟ ଓ ଆଶଙ୍କା ଯୋଗୁଁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ତେବେ ବର୍ଷା ଋତୁ ପରେ ଶିମିଳିପାଳ ପୁଣି କେବେ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ, ସେ ନେଇ ବିଭାଗ ପକ୍ଷରୁ ପରବର୍ତ୍ତୀ ସୂଚନା ଦିଆଯିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ବାରିପଦା ସର୍କଲ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡଃ ପ୍ରକାଶ ଚନ୍ଦ୍ର ଗୋଗିନାନୀ ସୂଚନା ଦେଇଛନ୍ତି ।

ଉଲ୍ଲେଖ ଯୋଗ୍ୟ ଯେ, ଗତ ୨୦୨୫ ମସିହା ଅକ୍ଟୋବର ୧୮ ତାରିଖରୁ ପର୍ଯ୍ୟଟକଙ୍କ ନିମନ୍ତେ ଶିମିଳିପାଳ ଖୋଲା ହୋଇଥିଲା। ତେବେ ପ୍ରତିବର୍ଷ ବର୍ଷା ଦିନେ ଜୁନ୍‌ ମାସରେ ପର୍ଯ୍ୟଟକଙ୍କ ନିମନ୍ତେ ଶିମିଳିପାଳ ବନ୍ଦ ରହୁଥିବା ବେଳେ ଚଳିତ ବର୍ଷ ଆସନ୍ତା ୨୯ରୁ ବନ୍ଦ ରହିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।…

    Continue reading
    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ