୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ(ଡିଜିପି) ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ। ନଭେମ୍ବର ୨୯ ତାରିଖ(ଶୁକ୍ରବାର) ଅପରାହ୍ନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

ମନମୋହନ କହିଛନ୍ତି ଯେ ୨୯ ତାରିଖ ଅପରାହ୍ନ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ। ରାଜଭବନ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରୋଡ୍‌ ସୋ କରିବେ ବୋଲି ରାଜ୍ୟ ବିଜେପି ସଭାପତି ସୂଚନା ଦେଇଛନ୍ତି। ଏହାପରେ ଦଳୀୟ କାର୍ୟ୍ୟାଳୟକୁ ଆସି କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ। ପାର୍ଟି ଅଫିସରେ ୨ ଘଣ୍ଟା ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ ବୋଲି ମନମୋହନ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀ ଉପସ୍ଥିତ ରହିବେ। ଏହାପରେ ୩୦ ଓ ୧ ତାରିଖରେ ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ