୨ କଲରାପତରିଆ ବାଘ ଛାଲ ଜବତ, ୪ ଗିରଫ

ରାୟଗଡ଼ା: ରାୟଗଡା ଜିଲ୍ଲା କୋଲନରା ଅଞ୍ଚଳରୁ ୨ଟି କଲରାପତରିଆ ବାଘ ଛାଲ ଜବତ ହୋଇଛି । ଏଥିରେ ସମ୍ପୃକ୍ତ ଥିବା ଚାରି ଜଣଙ୍କୁ ରାୟଗଡା ବନ ବିଭାଗ ସହାୟତାରେ ମୁମ୍ବାଇ ସ୍ଥିତ ଡିରେକ୍ଟର ଅଫ ରେଭେନ୍ୟୁ ଇଣ୍ଟେଲିଜେନ୍ସ ବିଭାଗ ଗିରଫ କରିଥିବା ଜଣାପଡିଛି ଓ ଗିରଫ ବ୍ୟକ୍ତିମାନଙ୍କ ମଧ୍ୟରୁ ୨ ଜଣ ରାୟଗଡା ଜିଲ୍ଲାର ହୋଇଥିବା ବେଳେ ଆଉ ୨ ଜଣ ମହାରାଷ୍ଟ୍ରର ବୋଲି ଜଣାପଡିଛି ଓ ଗୁଣପୁର ବ୍ଲକ ପୁଟାସିଂ ଅଞ୍ଚଳର ଅଞ୍ଜରସିଂ ଗାଁର ଜିସୟ ଗମାଙ୍ଗ ଓ ମହେଶ ହୁଇକା ମାଛଖୁଣ୍ଟି ଅଞ୍ଚଳର ଅନ୍ୟ ୨ ଜଣ ବ୍ୟକ୍ତି ବାଘ ଚମଡ଼ା ବିକ୍ରି କରିବାକୁ ଯୋଜନା କରିଥିଲେ । ମହାରାଷ୍ଟ୍ରର ମାତିନଗର ଅଞ୍ଚଳର ପ୍ରଭାକର ନାୟକ ଓ ରାଜ କୁମାର ଗୁପ୍ତାଙ୍କୁ ଏହି ବାଘ ଚମଡାକୁ ବିକ୍ରି କରିବା ପାଇଁ ଯୋଗାଯୋଗରେ ରହିଥିଲେ । କୌଣସି ସୂତ୍ରରୁ ଏହି ଚାଲାଣ ସମ୍ପର୍କରେ ଖବର ପାଇ ଡିରେକ୍ଟର ଅଫ ରେଭେନ୍ୟୁ ବିଭାଗ ଅଭିଯୁକ୍ତମାନଙ୍କୁ ଟ୍ରାକ୍‌ କରିଥିଲେ । ଏନେଇ ଅଗଷ୍ଟ ୩୦ ତାରିଖ ଦିନ ରାୟଗଡା ବନ ବିଭାଗକୁ ସୂଚନା ଦେଇଥିଲେ ଓ ଉକ୍ତ ସୂଚନା ଆଧାରରେ ଉଭୟ ବିଭାଗ ବାଘ ଚମଡା ବିକ୍ରି କରିବା ସମୟରେ ସମସ୍ତ ଅଭିଯୁକ୍ତଙ୍କୁ ଧରିଥିଲେ ଓ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ରେଞ୍ଜର କାମେଶ୍ୱର ଅଚାରୀ ସୂଚନା ଦେଇଛନ୍ତି । ଏହି କଲରାପତରିଆ ବାଘ ଚମଡାକୁ ଗଜପତି ଜିଲ୍ଲାରୁ ମହାରାଷ୍ଟ୍ର ଚାଲାଣ ପାଇଁ ଅଣାଯାଇଥିଲା ବୋଲି ଜଣାପଡିଛି ଓ ଉଭୟ ବାଘର ବୟସ ୫/୭ ବର୍ଷ ମଧ୍ୟରେ ରହିଥିବା ବନ ବିଭାଗ ସୂଚନା ଦେଇଛି ଓ ଏହି ଘଟଣାରେ ତଦନ୍ତ ଚାଲିଛି ବୋଲି ଏସିଏଫ ଅଶୋକ ପ୍ରଧାନ ପ୍ରକାଶ କରିଛନ୍ତି ଓ

  • Related Posts

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ…

    Continue reading
    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ