୩ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ

ବେଙ୍ଗାଲୁରୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ୩ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ବୋଙ୍ଗାଲୁରୁ କେଏସ୍ଆର ରେଳଷ୍ଟେସନରେ ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଅଜନୀ(ନାଗପୁର)-ପୁଣେ, ବେଙ୍ଗାଲୁରୁ-ବେଲଗାଭି ଓ ମାତା ବୈଷ୍ଣୋଦେବୀ କାଟ୍ରା – ଅମୃତସରଏକ୍ସପ୍ରେସର ଶୁଭାରମ୍ଭ କରିଥିଲେ। ଏହି ୩ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ ସହିତ ଦେଶରେ ବନ୍ଦେ ଭାରତ ଏକ୍ସପ୍ରେସ ସଂଖ୍ୟା ୧୫୦ରେ ପହଞ୍ଚିଛି। ଏହା ସହିତ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁ ମେଟ୍ରୋର ବହୁ ପ୍ରତିକ୍ଷୀତ ‌ୟେଲୋ ଲାଇନ୍‌ର ଶୁଭାରମ୍ଭ କରିଛିନ୍ତି। ରାଗିଗୁଡ଼ା ଷ୍ଟେସନରେ ପ୍ରଧାନମନ୍ତ୍ରୀ ମୋଦୀ ମେଟ୍ରୋ ଟ୍ରେନ୍‌ର ଉଦଘାଟନ କରିବା ସହିତ ଏଥିରେ ଇଲେକ୍ଟ୍ରୋନିକ ସିଟି ମେଟ୍ରୋ ଷ୍ଟେସନ ପର୍ଯ୍ୟନ୍ତ ଯାତ୍ରା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହିତ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା, ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ଓ କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟର ମଧ୍ୟ ଥିଲେ। ଏହି ଯାତ୍ରାବେଳେ ପ୍ରଧାନମନ୍ତ୍ରୀ ସ୍କୁଲ ପିଲାଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ଅନୁଭୂତି ଜାଣିଥିଲେ। ଟ୍ରେନ ଚାଳକବିହୀନ ହୋଇଥିଲେ ମଧ୍ୟ ଜଣେ ମହିଳା ଲୋକୋ ପାଇଲଟ ପ୍ରଧାନମନ୍ତ୍ରୀଙ୍କ ଯାତ୍ରା ବେଳେ ଦାୟିତ୍ବରେ ରହିଥିଲେ। ଦ୍ବିତୀୟ ପର୍ଯ୍ୟାୟ ମେଟ୍ରୋ ନିର୍ମାଣ ପାଇଁ ପ୍ରାୟ ୭,୧୬୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏଥିରେ ୧୬ଟି ଷ୍ଟେସନ ରହିଛି। ଏହାଦ୍ବାରା ବେଙ୍ଗାଲୁରୁରେ ମେଟ୍ରୋ ରେଳ ଲାଇନ ୯୬ କିମି ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ତୃତୀୟ ପର୍ଯ୍ୟାୟରେ ୧୫,୬୧୦ କୋଟି ବ୍ୟୟରେ ନିର୍ମାଣ ହେବାକୁ ଥିବା ୪୪ କିମି ଲମ୍ବା ମେଟ୍ରୋ ଲାଇନର ଶିଳାନ୍ୟାସ କରିଥିଲେ।

  • Related Posts

    ଭାରତ ଦୂତାବାସକୁ ଗ୍ୟାସ, ପାଣି ଯୋଗାଣ ବନ୍ଦ କଲେ ପାକିସ୍ତାନ ସରକାର

    ନୂଆଦିଲ୍ଲୀ: ଅପରେସନ ସିନ୍ଦୂରକୁ ନେଇ ଭାରତ ଓ ପାକିସ୍ତାନ ମ୍ମରେ କୂଟନୈତିକ ଲଢେଇ ତୀବ୍ର ହୋଇଛି । ରିପୋର୍ଟ ଅନୁଯାୟୀ ଇସଲାମାବାଦସ୍ଥିତ ଭାରତୀୟ ଦୂତାବାସ କାର୍ଯ୍ୟାଳୟକୁ ପାକିସ୍ତାନ ସରକାର ପାଣି ଓ ଗ୍ୟାସ ଯୋଗାଣ ବନ୍ଦ କରିଦେଇଥିବା ଜଣାପଡିଛି । ଏହା…

    Continue reading
    ଇସ୍ରାଏଲ ଆକ୍ରମଣରେ ୫ ଅଲ୍‌ ଜଜିରା ସାମ୍ବାଦିକ ମୃତ

    ଗାଜା: ଇସ୍ରାଏଲ ପକ୍ଷରୁ ରବିବାର ରାତିରେ ପାଲେଷ୍ଟାଇନର ଗାଜା ସହର ଉପରେ ପ୍ରବଳ ବୋମାମାଡ କରାଯାଇଥିବାବେଳେ ଅଲ୍‌ ଜଜିରା ନ୍ୟୁଜ୍‌ ଚ୍ୟାନେଲର ୫ ଜଣ ସାମ୍ବାଦିକ ଙ୍କ ସମତେ ମୋଟ ୭ ଜଣ ପ୍ରାଣ ହରାଇଛନ୍ତି । ଏମାନେ ହେଲେ ଆନାସ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ