୩ଟି ଫର୍ମାଟରେ ପୃଥକ୍ ଅଧିନାୟକ ଅସମ୍ଭବ : ଆଗରକର

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ଶୃଙ୍ଖଳା ଲାଗି ଭାରତୀୟ ଦଳ ମନୋନୟନ କରାଯାଇଛି। ରୋହିତ ଶର୍ମାଙ୍କ ସ୍ଥାନରେ ଗିଲ୍‌ଙ୍କୁ ଦଳର ଦିନିକିଆ ଅଧିନାୟକ ନିଯୁକ୍ତ କରାଯାଇଛି। ରୋହିତଙ୍କୁ ହଟାଇବା ନେଇ ବରିଷ୍ଠ ମନୋନୟନ କମିଟି ଅଧ୍ୟକ୍ଷ ଅଜିତ ଆଗରକର କହିଛନ୍ତି, ୩ଟି ଫର୍ମାଟରେ ପୃଥକ୍‌ ଅଧିନାୟକ ଅସମ୍ଭବ। ରୋହିତ ଯଦି ଦିନିକିଆ ଦଳର ଅଧିନାୟକ ହୁଅନ୍ତି; ତେବେ ୩ଟି ଫର୍ମାଟରେ ପୃଥକ ଅଧିନାୟକ ହୋଇଥାନ୍ତେ। ଗିଲ୍‌ ଟେଷ୍ଟ ସହ ଦିନିକିିଆର ନେତୃତ୍ବ ନେ​‌ବେ। ତାଙ୍କ ନିକଟରେ ଦିନିକିଆରେ ନେତୃତ୍ବ ନେବାର ଦକ୍ଷତା ରହିଛି ବୋଲି ଆଗରକର କରିଛନ୍ତି। ବିରାଟ ଓ ରୋହିତ ଦଳର ବରି​‌ଷ୍ଠ ଖେଳାଳି। ଉକ୍ତ ଦୁଇ ଖେଳାଳି ଦିନିକିଆ ଦଳରେ ସ୍ଥାନ ବଜାୟ ରଖିଛନ୍ତି। ଦିନିକିଆ ଦଳରେ ସ୍ଥାନ ପାଇବା ନେଇ ରୋହିତ ଓ ବିରାଟ ଆବଶ୍ୟକୀୟ ସମସ୍ତ ଔପଚାରିକତାକୁ ପୂରଣ କରିଛନ୍ତି ବୋଲି ଆଗରକର କହିଛନ୍ତି। ୨୦୨୭ ଦିନିକିଆ ବିଶ୍ବକପକୁ ଦୃଷ୍ଟିରେ ରଖି ଗିଲ୍‌ଙ୍କୁ ଦିନିକିଆ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି ବୋଲି ଆଗରକର କହିଛନ୍ତି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ