୩ଦିନ ତଳେ ହୀରାକୁଦ ଛାଡିଥିବା ବନ୍ୟାଜଳ ଆଜି ମୁଣ୍ଡଳୀରେ ପହଞ୍ଚିବ

କଟକ : ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଆଜି ସକାଳ ୯ଟା ସୁଦ୍ଧା ଡ୍ୟାମ୍‌ର ମୋଟ ୨୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୪ ଫୁଟ୍ ରେ ରହିଥିବା ବେଳେ ସେକେଣ୍ଡକୁ ହାରାହାରି ୨ ଲକ୍ଷ ୩୭ ହଜାର ଘନଫୁଟ ଜଳ ପ୍ରବେଶ କରୁଛି। ସେହିପରି ଖୋଲାଥିବା ଗେଟ୍ ଗୁଡ଼ିକ ଦେଇ ୩ ଲକ୍ଷ ୮୭ ହଜାର କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ୩ଦିନ ତଳେ ହୀରାକୁଦ ଛାଡିଥିବା ବନ୍ୟାଜଳ ଆଜି ସଂଧ୍ୟା ସୁଦ୍ଧା ମୁଣ୍ଡଳୀରେ ପହଞ୍ଚିବ । ତେଣୁ ମହାନଦୀ ଜଳସ୍ତର ସାମାନ୍ୟ ବୃଦ୍ଧି ପାଇବ । ତେବେ ଅତି ବେଶିରେ ମୁଣ୍ଡୁଳିରେ ୬ ଲକ୍ଷରୁ ୭ ଲକ୍ଷ ପର୍ଯ୍ୟନ୍ତ ପାଣି ଚାଲିପାରେ ।
ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତଙ୍କ କହିବାନୁସାରେ ମହାନଦୀରେ ଏବେ ବନ୍ୟା ଆଶଙ୍କା ନାହିଁ । ସବୁ ନଦୀରେ ଜଳସ୍ତର କମିବା ସହ ବିପଦ ସଙ୍କେତ ତଳେ ରହିଛି। ମହାନଦୀରେ ବନ୍ୟା ସଙ୍କଟ ଚଳିଥିଲେ ମଧ୍ୟ ବିଭିନ୍ନ ତଳି ଅଞ୍ଚଳରେ ପାଣି ପଶିଛି। କଟକର ବାଙ୍କୀ, ତିଗିରିଆ, ଆଠଗଡ଼, ଜଗତସିଂହପୁରର କୁଜଙ୍ଗ, ତିର୍ତ୍ତୋଲ, କେନ୍ଦ୍ରାପଡ଼ାର ବିଭିନ୍ନ ବ୍ଳକର ତଳି ଅଞ୍ଚଳ, ପୁରୀର କଣାସ, ଖୋର୍ଦ୍ଧାର କେତେକ ଅଞ୍ଚଳରେ ପାଣି ପଶିଛି। ଆସନ୍ତା ଦୁଇ ଦିନ ଭିତରେ ବନ୍ୟା ପାଣି ଛାଡ଼ି ଯିବା ସମ୍ଭାବନା ଅଛି। ବନ୍ଯା ଛାଡ଼ିବାର ୩ ଦିନ ମଧ୍ୟରେ କ୍ଷୟକ୍ଷତିର ଆକଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆକଳନ ପରେ ତୁରନ୍ତ ଘର ଭଙ୍ଗା ଆଦି କ୍ଷେତ୍ରରେ ସହାୟତା ପ୍ୟାକେଜ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ