୩ରୁ ପୁଣି ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ଆଜି ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ଆହୁରି ୪ ଡିଗ୍ରୀ ଖସିପାରେ । ମଙ୍ଗଳବାର (୨ ତାରିଖ) ଯାଏ ତାତି କମ୍ ରହିବ । କିନ୍ତୁ ୩ ତାରିଖଠାରୁ ତାତି ପୁଣି ବଢ଼ିବ । ଏହି ସମୟରେ ତାତି ୨ରୁ ୩ ଡିଗ୍ରୀ ବଢ଼ି ଯାଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ରବିବାର ନୟାଗଡ଼ ଓ ଗଞ୍ଜାମରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି । କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ବି ଅଛି । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।୧ ତାରିଖରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଗଞ୍ଜାମ, ଗଜପତି ଓ କନ୍ଧମାଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୫ ତାରିଖ ଯାଏ ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ।ରାଜ୍ୟର ଦୁଇଟି ସ୍ଥାନକୁ ଛାଡ଼ିଲେ ବାକି ସବୁ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ କମ୍ ଥିଲା । ସମ୍ବଲପୁରରେ ୪୧.୪ ଡିଗ୍ରୀ, ବୌଦ୍ଧରେ ୪୧.୨ ଓ ହୀରାକୁଦରେ ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା । ବଲାଙ୍ଗିରରେ ୩୯.୭, ନୟାଗଡ଼ରେ ୩୯.୬, ସୋନପୁର ଓ ଖୋର୍ଦ୍ଧାରେ ୩୯.୫, ନବରଙ୍ଗପୁରରେ ୩୯.୪ ଡିଗ୍ରୀ ରେକର୍ଡ ହୋଇଥିଲା ।

  • Related Posts

    ପାଣି ଟ୍ୟାଙ୍କରରେ ୫ କ୍ବିଣ୍ଟାଲ ଗଞ୍ଜେଇ

    ବୌଦ୍ଧ: ଫିଲ୍ମ ପୁଷ୍ପା ଷ୍ଟାଇଲରେ ହେଉଥିଲା ଗଞ୍ଜେଇ ଚାଲାଣ । ଚୋରା ଚାଲାଣକାରୀଙ୍କ ବୁଦ୍ଧି ହଜାଇ ଦେଲା ପୋଲିସ। ବୌଦ୍ଧ ଜିଲ୍ଲା କଣ୍ଟାମାଳରୁ ଏକ ପାଣି ଟ୍ୟାଙ୍କରରେ ଗଞ୍ଜେଇ ଭର୍ତ୍ତି ହୋଇ ଚାଲାଣ ହେଉଥିବା ବେଳେ ତାକୁ ଧରିଛି ବୌଦ୍ଧ ପୋଲିସ।…

    Continue reading
    ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକ ମୃତ

    ନୀଳଗିରି: ଏକ ନିର୍ମାଣାଧୀନ ପୋଲ ତଳକୁ ଖସି ୨ଯୁବକଙ୍କ ଅକାଳ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ; ଔପଦା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଖୁମକୁଟ ଗାଁର ରାମଦାସ ସୋରେନଙ୍କ ପୁଅ ଦିଲୀପ(୩୨) ଓ ଶଙ୍କରା ମୁର୍ମୁଙ୍କ ପୁଅ ନରେନ୍ଦ୍ର ଓରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ