୩ୟ ଟି-୨: ଅଷ୍ଟ୍ରେଲିଆକୁ ୫ ଓ୍ବିକେଟରେ ହରାଇଲା ଭାରତ

ହୋବାର୍ଟ : ଭାରତ-ଅଷ୍ଟ୍ରେଲିଆ ୩ୟ ଟି-୨୦ରେ ୫ ୱିକେଟରେ ବିଜୟ ହାସଲ କରିଛି ଟିମ-ଇଣ୍ଡିଆ । ଏହା ସହିତ ଏହି ସିରଜ ଏବେ ୧-୧ରେ ବରାବର ହୋଇଯାଇଛି ।ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୮୬ ରନ କରିଥିଲା । ଦଳ ପକ୍ଷରୁ ଟିମ ଡେଭିଡ୍ ୭୪ ରନ କରିଥିବାବେଳେ ମାର୍କସ ଷ୍ଟୋଇନିସ୍ ୬୪ ଓ ମାଥ୍ୟୁ ସର୍ଟ ୨୬ରନ କରିଥିଲେ । ଭାରତ ପକ୍ଷରୁ ଅର୍ଶଦୀର ସିଂ ୩ଟି ଓ ବରୁଣ ଚକ୍ରବର୍ତ୍ତି ୨ଟି ଓ୍ବିକେଟ ନେଇଥିଲେ । ସେହିପରି ଶିବମ ଦୁବେ ଗୋଟିଏ ଓ୍ବିକେଟ ନେଇଥିଲେ ।
ଏହାର ଜବାବରେ ଭାରତ ୧୮.୩ ଓଭରରେ ୫ ୱିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା । ଭାରତ ପକ୍ଷରୁ ଅଭିଷେକ ଶର୍ମା ୨୫ ରନ କରିଥିବାବେଳେ ଶୁବମନ ଗିଲ୍ ୧୫ ରନ କରିଥିଲେ । ସେହିପରି ସୂର୍ୟ୍ୟକୁମାର ଯାଦବ ୨୪ରନ କରିଥିବାବେଳେ ତିଳକ ବର୍ମା ୨୯ ରନ କରିଥିଲେ । ଓ୍ବାସିଂଟନ ସୁନ୍ଦର ୪ ଛକା ୩ ଚୌକା ସହ ୪୯ ରନର ଏକ ବିସ୍ଫୋରକ ପାଳି ଖେଳିଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ନାଥନ ଏଲିସ୍ ୩ଟି ୱିକେଟ ନେଇଥିଲେ ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ