ଭୁବନେଶ୍ୱର: ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ପାଇଁ ୨୦ ଜିଲ୍ଲାକୁ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଅଂଚଳରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଏହିସବୁ ଜିଲ୍ଲାରେ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି। ତେବେ ୩୧ ତାରିଖରୁ ବଢିବ ବର୍ଷାର ପରିମାଣ। ଏକ ତାରିଖରୁ ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡିଶା ଉପକୁଳରେ ପୁଣି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ନେଇ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ସାରା ଓଡ଼ିଶାରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ସହ କୋରାପୁଟ ମାଲକାନଗିରି ରାୟଗଡା କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖ ଯାଏ ଏହାର ପ୍ରଭାବ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀରରେ ସର୍ବାଧିକ ୩୬.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା
ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…




