ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ଦରଖାସ୍ତ ଆହ୍ୱାନ, ଆବେଦନର ଶେଷ ତାରିଖ ୪ ଅକ୍ଟୋବର

ଭୁବନେଶ୍ୱର,03/09 :୩୫ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଏବଂ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଇଛି। ଆଗ୍ରହୀ ପ୍ରଯୋଜକମାନେ ଆସନ୍ତା ୪ ଅକ୍ଟୋବର, ୨୦୨୫ (୦୪.୧୦.୨୦୨୫) ରିଖ ସୁଦ୍ଧା ଏଣ୍ଟ୍ରି ଫର୍ମ ସହ ଆବଶ୍ୟକ କାଗଜପତ୍ର ଓ ଚଳଚ୍ଚିତ୍ରର ସଫ୍ଟ୍ କପି (ପେନ୍‌ ଡ୍ରାଇଭ)କୁ ରେଜିଷ୍ଟର୍ଡ଼ ପୋଷ୍ଟ ,ସ୍ପିଡ଼ ପୋଷ୍ଟ , ପାର୍ସଲ ମାଧ୍ୟମରେ ବିଭାଗ ନିକଟରେ ଦାଖଲ କରିପାରିବେ। ୩୫ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ର ଗୁଡିକ ୦୧.୦୧.୨୦୨୩ ରିଖରୁ ୩୧.୧୨.୨୦୨୩ ରିଖ ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର ପ୍ରାପ୍ତ ହୋଇଥିବା ଆବଶ୍ୟକ। ସେହିପରି ଭାବେ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ରଗୁଡିକ ୦୧.୦୧.୨୦୨୪ ରୁ ୩୧.୧୨.୨୦୨୪ ରିଖ ଅବଧି ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର ପ୍ରାପ୍ତ ହୋଇଥିବା ଆବଶ୍ୟକ। ଓଡ଼ିଆ ଚଳଚ୍ଚିତ୍ର ଉପରେ ଓଡ଼ିଆ ,ଇଂରାଜୀ ଭାଷାରେ ଲିଖିତ ଶ୍ରେଷ୍ଠ ଲେଖା (Book/Monograph) ପାଇଁ ପୁରସ୍କାର ନିମନ୍ତେ ଆଗ୍ରହୀ ଲେଖକ ,ଲେଖିକାମାନେ ଆବେଦନ କରିବା ସହିତ Book/ମନଗ୍ରାଫ ଦଶ ଖଣ୍ଡ ନକଲ ତା ୪.୧୦.୨୦୨୫ ରିଖ ସୁଦ୍ଧା ରେଜିଷ୍ଟ୍ରର୍ଡ଼ ପୋଷ୍ଟ, ସ୍ପିଡ଼ ପୋଷ୍ଟ , ପାର୍ସଲ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିକଟରେ ଦାଖଲ କରିପାରିବେ। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସମ୍ବନ୍ଧୀୟ ସବିଶେଷ ବିବରଣୀ ଓ ନିୟମାବଳୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୱେବସାଇଟ:culture.odisha.gov.in ରେ ଉପଲବ୍ଧ କରାଯାଇଛି।

  • Related Posts

    ଜେଲ ଗଲେ ମହାକାଳପଡ଼ା ସରପଞ୍ଚ

    ମହାକାଳପଡ଼ା : ଜେଲ ଗଲେ ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ଚାମେଲିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି। ମହାକାଳପଡ଼ା ବ୍ଲକ ପରିସରରେ ହାଇଡ୍ରାମାକୁ ନେଇ ଗତ ୨ ଦିନ ହେଲା ଚର୍ଚ୍ଚା ଲାଗି ରହିଛି। ବିଡିଓଙ୍କୁ…

    Continue reading
    ୮ ପିତୃମାତୃହୀନ ପିଲାଙ୍କୁ “ଗ୍ରୀନ ପ୍ୟାସଜ” ମାଧ୍ୟମରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଉଚ୍ଚ ଶିକ୍ଷା

    କୋଭିଡ ମହାମାରୀ ସମୟରେ ପିତା କିମ୍ବା ଉଭୟ ପିତାମାତାଙ୍କୁ ହରାଇଥିବା ଶିଶୁମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଶୀର୍ବାଦ ଯୋଜନାରୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଶିକ୍ଷାକୁ ସୁନିଶ୍ଚିତ ଓ ଶୈଶବକୁ ସ୍ଵଭାବିକ କରIଯାଇଥିଲା I ଚଳିତ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ