୩ ଦିନ ଘଡ଼ଘଡ଼ି ସହ ଛେଚିବ ବର୍ଷା

ଭୁବନେଶ୍ୱର:ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ ୩ ଦିନ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ଫଳରେ ତାତି, ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିବ ବୋଲି ଆଶା କରାଯାଉଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଦିନ ରାଜ୍ୟର ଅନେକ ସ୍ଥାନରେ ଝଡ଼ବର୍ଷା ସହ ବଜ୍ରପାତ ହୋଇପାରେ। ବୁଧବାର ରାତି ସୁଦ୍ଧା ବିଭିନ୍ନ ସ୍ଥାନରେ ବର୍ଷା ପବନ ହୋଇଥିବାବେଳେ ଗୁରୁବାର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, କେନ୍ଦୁଝର, ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ସହ ବଜ୍ରପାତ ହୋଇପାରେ। ଆସନ୍ତା ୯ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କେତେକ ସ୍ଥାନରେ ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି। ତେଣୁ ବଜ୍ରପାତ ସମୟରେ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ବୁଧବାର ପାରଳାଖେମୁଣ୍ଡି ଓ ନୟାଗଡ଼ରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଥିବାବେଳେ ଛତ୍ରପୁର ଓ ଟିଟିଲାଗଡ଼ରେ ୩୫.୫ ଡିଗ୍ରୀ, ପୁରୀ ୩୫.୪ ଡିଗ୍ରୀ, ଭୁବନେଶ୍ୱର ୩୫.୨ ଡିଗ୍ରୀ, ଚାନ୍ଦବାଲି ୩୫ ଡିଗ୍ରୀ, ଅନୁଗୁଳ ଓ ଝାରସୁଗୁଡା ୩୪.୭ ଡିଗ୍ରୀ, ବାଲେଶ୍ୱର ୩୪.୬ ଡିଗ୍ରୀ, ଭବାନୀପାଟଣା, ଯାଜପୁର ଓ ଭଦ୍ରକରେ ୩୪.୫ ଡିଗ୍ରୀ ଏବଂ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ୨୯ ଡିଗ୍ରୀ ରେକର୍ଡ ହୋଇଥିଲା।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ