୩ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ସମର୍ଥିତ ପ୍ରାର୍ଥୀ ଡଃ ଦତ୍ତ୍ୱେଶ୍ୱର ହୋତାଙ୍କୁ ଭୋଟ ନଦେଇ ବିଜେପି ସମର୍ଥିତ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ କଂଗ୍ରେସ ବିଧାୟକ ରମେଶ ଜେନା, ଦାଶରଥି ଗମାଙ୍ଗୋ ଓ ସୋଫିଆ ଫିରଦୌଷ କ୍ରସ ଭୋଟ ଦେଇଥିଲେ । ଯାହା ଦଳୀୟ ଶୃଙ୍ଖଳାର ଘୋର ଅବମାନନା ସହ ସାମ୍ବିଧାନିକ ନିୟମର ଖୋଲାଖୋଲି ଉଲଂଘନ ବୋଲି କଂଗ୍ରେସ ଦଳ ଅଭିଯୋଗ କରିଛି । ସାମ୍ବିଧାନିକ ନିୟମର ଉଲଂଘନ ନେଇ ଉପରୋକ୍ତ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ କଂଗ୍ରେସ ଦଳ ପକ୍ଷରୁ ପିସିସି ସଭାପତିଙ୍କ ନେତୃତ୍ୱରେ କଂଗ୍ରେସ ବିଧାୟକ ଦଳ ଉପନେତା ଅଶୋକ ଦାସ, ଚିଫ ହୁଇପ ଏସ ରାଜନ ଏକ୍କା, ବିଧାୟକ ସାଗର ଦାସ, ବିଧାୟକ ପବିତ୍ର ସାଉଁତା, ବିଧାୟକ ମଙ୍ଗୁ ଖିଲଙ୍କୁ ନେଇ ଏକ ପ୍ରତିନିଧି ଦଳ ବିଧାନସଭା ବାଚସ୍ପତି ମାନ୍ୟବର ସୁରମା ପାଢ଼ୀଙ୍କୁ ସାକ୍ଷାତ କରି ସାମ୍ବିଧାନିକ ନିୟମ ଅନୁଯାଇ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରି ସଭ୍ୟପଦ ରଦ୍ଦ କରିବା ପାଇଁ ଆବେଦନ ପ୍ରଦାନ କରିଛନ୍ତି ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ