୩ ବେଳକୁ ଲଘୁଚାପ କ୍ଷେତ୍ର ସମ୍ଭାବନା

ଭୁବନେଶ୍ୱର: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସଦ୍ୟତମ ସୂଚନା ଅନୁଯାୟୀ, ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ଦେଖିବାକୁ ମିଳିବ।ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର (Low Pressure Area) ସୃଷ୍ଟି ହେବାକୁ ଯାଉଛି। ଏହା ଫଳରେ ମୌସୁମୀ ବାୟୁ ଅଧିକ ସକ୍ରିୟ ହେବ ଏବଂ ବର୍ଷାର ବିସ୍ତୃତି ବଢ଼ିବ।ରାଜ୍ୟର ଅନେକ ସ୍ଥାନରେ ଲଗାତାର ତୁହାକୁ ତୁହା ବର୍ଷା ଜାରି ରହିଛି। ଟ୍ୱିନ୍ ସିଟି କଟକ ଏବଂ ଭୁବନେଶ୍ୱର ସମେତ ଉତ୍ତର ଓଡ଼ିଶାର ଅଧିକାଂଶ ଭାଗରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଏମିତି ହିଁ ବଜାୟ ରହିବ। ପାଣିପାଗ କେନ୍ଦ୍ର ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି।ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ଦୁଇ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ, ଯାହାଫଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ।ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ପ୍ରାୟ ୮ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେଗୁଡ଼ିକ ହେଲା- ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି। ଏହି ସବୁ ଅଞ୍ଚଳରେ ବଜ୍ରପାତ ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

  • Related Posts

    ratna bhander puri ୩୧ରେ ହେବ ରତ୍ନଭଣ୍ଡାରର ଗଣତି ମଣତି

    ପୁରୀ: ଆସନ୍ତା ଅଗଷ୍ଟ ୩୧ ତାରିଖ ଓ ସେପ୍ଟେମ୍ବର ୧ ତାରିଖ ଦୁଇଦିନ ରତ୍ନଭଣ୍ଡାର ଗଣତି ମଣତି କରାଯିବ। ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଏହି ଗଣତି ମଣତି କରାଯିବ।…

    Continue reading
    low pressur rain ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

    ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଗତକାଲି ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର ୫.୮…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ