୪୦ଡିଗ୍ରୀ ଡେଇଁଲା ଝାରସୁଗୁଡ଼ା ପାରଦ

ଭୁବନେଶ୍ୱର: ଆସନ୍ତା ତିନି ଦିନ ପଶ୍ଚିମ ଓଡ଼ିଶାରେ ଅଧିକ ତାତି ଅନୁଭୂତ ହୋଇପାରେ । ଗୁରୁବାର ଝାରସୁଗୁଡ଼ାରେ ୪୦ ଡିଗ୍ରୀ ଟପିଛି । ଆଗକୁ ତିନି ଦିନ ଝାରସୁଗୁଡ଼ା ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଟପିବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।
ଗୁରୁବାର ରାଜ୍ୟର ବହୁ ସ୍ଥାନରେ ପ୍ରବଳ ଖରା ସହ ତାତି ଅନୁଭୂତ ହୋଇଥିଲା । ବାହାରକୁ ବାହାରିଲେ ଗରମ ଝାଞ୍ଜି ପବନ ବାଜୁଥିଲା । ଦେହ ପୋଡ଼ି ପକାଇବା ଭଳି ଅନୁଭବ ହେଉଥିଲା । ଅପରାହ୍ନ ୪ଟା ଯାଏ ଗରମ ସ୍ଥିତିରେ ସୁଧାର ଆସିନଥିଲା । ପରେ ଗରମ ହାୱାରୁ ଆଶ୍ୱସ୍ତି ମିଳିଥିଲା । ଆଗକୁ ବି ଗ୍ରୀଷ୍ମପ୍ରବାହ ସ୍ଥିତି ଆହୁରି ବଢ଼ିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୦.୮ ଡିଗ୍ରୀ ସେଲସିୟସ୍ ଥିଲା । ହୀରାକୁଦରେ ୩୯.୨, ସମ୍ବଲପୁର ଓ ସୁନ୍ଦରଗଡ଼ରେ ୩୯, ଭୁବନେଶ୍ୱରରେ ୩୮.୬, ରାଉରକେଲାରେ ୩୮.୪, ଟିଟିଲାଗଡ଼ ଓ ତାଳଚେରରେ ୩୮ ଡିଗ୍ରୀ ଥିଲା ।
ସେହିଭଳି କାଳବୈଶାଖୀ ପ୍ରଭାବରେ ୧୫ ଓ ୧୬ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ । ୧୫ ତାରିଖ (ରବିବାର) ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଝଡ଼ବର୍ଷା ହୋଇପାରେ । ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ । ୧୬ ତାରିଖ (ସୋମବାର) ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ସମେତ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ୧୭ ଓ ୧୮ ତାରିଖରେ କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ