୪୨ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ବର: ପ୍ରବଳ ଗ୍ରୀଷ୍ମ ପ୍ରବାହରେ କଲବଲ ସାରା ଓଡ଼ିଶା । ତାତିରୁ ନାହିଁ ନିସ୍ତାର । ଶନିବାର ୪୨ ଡିଗ୍ରୀ ଟପିଲା ତାପମାତ୍ରା । ଦିନ ୨ ଟା ୩୦ ମିନିଟ୍‌ ସୁଦ୍ଧା ରେକର୍ଡ ତାପମାତ୍ରା ଅନୁଯାୟୀ ସମ୍ବଲପୁରରେ ୪୨ ଡ଼ିଗ୍ରୀ ଛୁଇଁଛି ତାପମାତ୍ରା । ସେହିଭଳି ଝାରସୁଗୁଡାରେ ୪୦.୪ ଡ଼ିଗ୍ରୀ, ହୀରାକୁଦରେ ୪୦.୪ ଡ଼ିଗ୍ରୀ, ରାଉରକେଲାରେ ୩୮.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୮ ଡ଼ିଗ୍ରୀ, କେନ୍ଦୁଝରରେ ୩୭.୮ ଡ଼ିଗ୍ରୀ, ଚାନ୍ଦବାଲିରେ ୩୭.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।ସେପଟେ ଦିନ ସାଢ଼େ ୧୧ଟା ସୁଦ୍ଧା ୩୮ ଟପିଥିଲା ତାପମାତ୍ରା । ସେହିଭଳି ସମ୍ବଲପୁରରେ ୩୮.୮ ଡ଼ିଗ୍ରୀ, ଝାରସୁଗୁଡାରେ ୩୮ ଡ଼ିଗ୍ରୀ ଏବଂ ହୀରାକୁଦରେ ୩୭.୪ ଡ଼ିଗ୍ରୀ ରେକର୍ଡ କରାଯାଇଥିଲା ।

ସେପଟେ ଆସନ୍ତା ଦୁଇ ଦିନ ତାତିରୁ ନିସ୍ତାର ମିଳିବନି । ଗ୍ରୀଷ୍ମ ପ୍ରବାହରେ କଲବଲ ହେବ ଓଡ଼ିଶା । ୧ ତାରିଖ ବେଳକୁ ହାଲୁକା ଖସିପାରେ ପାରଦ । ସମ୍ଭବତଃ କାଳବୈଶାଖୀ କିଛି ଆଶ୍ୱସ୍ତି ଦେଇପାରେ । ବିଭିନ୍ନ ମଡେଲ୍‌ର ପୂର୍ବାନୁମାନ ଅନୁସାରେ ଦକ୍ଷିଣ ଚୀନ୍ ସାଗରରେ ଥିବା ଲଘୁଚାପର ଅଂଶ ବଙ୍ଗୋପସାଗରକୁ ଆସନ୍ତା ସପ୍ତାହରେ ପ୍ରବେଶ କରିବ । ଏହା ପ୍ରଭାବରେ ଏପ୍ରିଲ ୩ରୁ ୫ ତାରିଖ ଭିତରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଘନୀଭୂତ ହୋଇ ଅବପାତର ରୂପ ନେବାର କିଛି ପରିମାଣରେ ସମ୍ଭାବନା ରହିଛି । ଏପରିକି ଆଉ ଏକ ମଡେଲ୍‌ ଗ୍ରୀଷ୍ମକାଳୀନ ବାତ୍ୟା ସମ୍ଭାବନା ନେଇ ମଧ୍ୟ ଆକଳନ କରିଛନ୍ତି । ମାତ୍ର ଏବେଠାରୁ ସ୍ପଷ୍ଟ ଆକଳନ ସହଜ ନୁହେଁ । ପାଣିପାଗ ବୈଜ୍ଞାନିକଙ୍କ ମତରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଯେତେ ଶକ୍ତିଶାଳୀ ହେବ, ତାହା ସେତେ ଅଧିକ ଜଳୀୟବାଷ୍ପ ଟାଣି ନେବ । ଫଳରେ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିପାରେ ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ