୪୪ଟି ଚୋରି ମୋଟରସାଇକେଲ ଜବତ,୬ ଗିରଫ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାପୁଲିସକୁ ମିଳିଛି ଏକ ବଡ଼ ସଫଳତା। ଜିଲ୍ଲାରେ ଦିନକୁ ଦିନ ବଢ଼ି ଚାଲିଥିବା ବାଇକ୍ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରି ପୁଲିସ ମୋଟ ୪୪ଟି ଚୋରି ମୋଟରସାଇକେଲ ଜବତ କରିବା ସହ ଏହି ଆନ୍ତଃ-ଜିଲ୍ଲା ବାଇକ୍ ଚୋର ଗ୍ୟାଙ୍ଗ୍‌ର ୬ ଜଣ ସଦସ୍ୟଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ଗତ କିଛି ଦିନ ହେବ ଧର୍ମଗଡ ସବଡିଭିଜନ ସହର ସମେତ ଜିଲ୍ଲାର ବିଭିନ୍ନ ସ୍ଥାନରୁ କ୍ରମାଗତ ଭାବେ ବାଇକ୍ ଚୋରି ହେଉଥିବା ନେଇ ଗତ ମେ ୧୩ରେ ଜୁନାଗଡ଼ ଥାନାରେ ଲିଖତ ଅଭିଯୋଗ ହେଇଥିଲା। ଏହାକୁ ଗମ୍ଭୀରତାର ସହ ନେଇ କଳାହାଣ୍ଡି ଏସପିଙ୍କ ନିର୍ଦ୍ଦେଶକ୍ରମେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୁଲିସ ଟିମ୍ ବିଭିନ୍ନ ସନ୍ଦିଗ୍ଧ ସ୍ଥାନରେ ଚଢ଼ାଉ କରିଥିଲା।

ପ୍ରଥମେ ପୁଲିସ ଜଣଙ୍କୁ ଗିରଫ କରିଥିଲା, ପରବର୍ତ୍ତୀ ସମୟରେ ପଚରାଉଚରା ପରେ ଆହୁରି ୫ ଜଣଙ୍କୁ ଗିରଫ କଲା ପୁଲିସ । ଏହା ସହ ୪୪ ମୋଟରସାଇକେଲ ମଧ୍ୟ ଜବତ କରିଛି ପୁଲିସ । ଏହି ଗ୍ୟାଙ୍ଗ୍‌ କେବଳ କଳାହାଣ୍ଡି ନୁହେଁ, ବରଂ ଆଖପାଖ ଜିଲ୍ଲାରୁ ମଧ୍ୟ ବାଇକ୍ ଚୋରି କରି ନକଲି କାଗଜପତ୍ର ସାହାଯ୍ୟରେ କିମ୍ବା ସ୍ୱଳ୍ପ ମୂଲ୍ୟରେ ଗ୍ରାମାଞ୍ଚଳରେ ବିକ୍ରି କରୁଥିଲେ ବୋଲି ଜଣାପଡ଼ିଛି। ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଏହି ରାକେଟ୍‌ରେ ଆଉ କାହାର ସଂପୃକ୍ତି ରହିଛି, ସେ ନେଇ ପୁଲିସ ଅଧିକ ତଦନ୍ତ ଜାରି ରଖିଛି। ପୁଲିସର ଏହି ସଫଳତା ପାଇଁ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ସନ୍ତୋଷ ପ୍ରକାଶ କରିଛନ୍ତି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ