୪୪ ହଜାର ଶିକ୍ଷକ ପଦବୀ ପୂରଣ ନିଷ୍ପତ୍ତି ପ୍ରତ୍ୟାହାର

ଭୁବନେଶ୍ଵର:ପ୍ରାଥମିକ ବିଦ୍ୟାଳୟରେ ଖାଲି ପଡ଼ିଥିବା ୪୪ ହଜାର ଶିକ୍ଷକ ପଦବୀ ପୂରଣ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିଲା। ଏହାସହ ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ୍‌(ଯୋଜନାଭିତ୍ତିକ) ପ୍ରଥା ଉଠାଇ ନିୟମିତ ଶିକ୍ଷକ ନିଯୁକ୍ତି, ପ୍ରାଥମିକ ଶିକ୍ଷକଙ୍କ ଚୁକ୍ତି କାର୍ଯ୍ୟକାଳକୁ ନୋସନାଲ ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା ନେଇ ଏପ୍ରିଲ ମାସ‌ରେ ଅନୁଷ୍ଠିତ ବୈଠକ ଆଧାରରେ ନିଷ୍ପତ୍ତି ନିଆଯାଇଥିଲା। ଅଗଷ୍ଟ ୨ ତାରିଖରେ ବିଭାଗ ପକ୍ଷରୁ ଚିଠି ଲେଖାଯାଇଥିଲା। ଏଭଳି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଥିଲା। ମାତ୍ର ଦିନ କେଇଟା ଯାଇଛି କି ନାହିଁ ବିଭାଗୀୟ ଅତିରିକ୍ତ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଆଜି ଓସେପା ରାଜ୍ୟ ପ୍ରକଳ୍ପ ସଂଯୋଜକ, ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ଲେଖି ଅଗଷ୍ଟ ୨ରେ ଜାରି ହୋଇଥିବା ଚିଠିକୁ ପ୍ରତ୍ୟାହାର କରି ନିଆଗଲା ବୋଲି ଦର୍ଶାଇଛନ୍ତି। ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ତାହା ଅନୁମୋଦିତ ହୋଇ ନ ଥିବାରୁ ତାହାକୁ ପ୍ରତ୍ୟାହାର କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏଦିଗରେ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ ନ କରିବାକୁ ଶ୍ରୀ ମହାପାତ୍ର ଚିଠିରେ ଉଲ୍ଲେଖ କରିଛନ୍ତି।

ହଠାତ୍‌ ଚିଠି ପ୍ରତ୍ୟାହାର ନିଷ୍ପତ୍ତିକୁ ଶିକ୍ଷକ ସଂଘଗୁଡ଼ିକ ଗ୍ରହଣ କରିପାରି ନାହାନ୍ତି। ଚିଠି ପ୍ରତ୍ୟାହାର ହୋଇଥିବାରୁ ଶିକ୍ଷକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଏଭଳି ନିଷ୍ପତ୍ତି ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ ବୋଲି ସଂଘ କହିଛି । ଶିକ୍ଷକମାନଙ୍କର ଯେପରି ଦାୟିତ୍ୱ ରହିଛି, ଶିକ୍ଷକଙ୍କ ପ୍ରତି ଗଣଶିକ୍ଷା ବିଭାଗର ଦାୟିତ୍ବ ରହିବା ଉଚିତ୍‌। ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ୍‌ ନିଯୁକ୍ତି ଉଠାଇ ନିୟମିତ ଶିକ୍ଷକ ନିଯୁକ୍ତି, ୬ ବର୍ଷର ଚୁକ୍ତି କର୍ଯ୍ୟକାଳକୁ ନୋସନାଲ ଇନ୍‌କ୍ରିମେଣ୍ଟ ମୂଳ ଚାକିରିରେ ଗଣନା, ଲେବୁଲ୍ ଭି-ଏ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ଦରମା, ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ପୁନଃ ପ୍ରଚଳନ ଓ ପ୍ରାଥମିକ ଶିକ୍ଷକ ପଦବି ବୃଦ୍ଧି ପ୍ରସ୍ତାବକୁ ପୁନର୍ବାର ଦେଇ ତୁରନ୍ତ ପୂରଣ କରାଯାଉ। ନ ହେଲେ ଆଗାମୀ ବିଧାନସଭା ଅଧିବେଶନରେ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସାଧାରଣ ସମ୍ପାଦକ ବିଭୁପ୍ରସାଦ ସାହୁ, କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ବେହେରା, ଟୁଲୁ ଦେଇ, ବିରୁପାକ୍ଷ ସେଠୀ ପ୍ରମୁଖ ଚେତାବନୀ ଦେଇଛନ୍ତି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ