୪ ଦିନ ପରେ ପୁଣି ବଢିବ ତାତି

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବ ଯୋଗୁ ରାଜ୍ୟରେ ତାପମାତ୍ରା କମିଛି । ଶୁକ୍ରବାର ରାଜ୍ୟ ତମାମ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ତଳେ ଥିଲା । ପାଣିପାଗ ପୂର୍ବାନୁମାନ କହୁଛି, ରାଜ୍ୟରେ ବର୍ତ୍ତମାନ କାଳବୈଶାଖୀ ପ୍ରଭାବ ଜାରି ରହିବ । ୬ ତାରିଖ ପର୍ୟ୍ୟନ୍ତ ବିସ୍ତୃତ ଅଞ୍ଚଳରେ ବର୍ଷା, ପବନ ସମ୍ଭାବନା ରହିଛି । ମାତ୍ର ଆସନ୍ତା ୪ ଦିନ ପରେ କାଳବୈଶାଖୀ ପ୍ରଭାବ କମିବା ସହ ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇବା ସମ୍ଭାବନା ରହିଛି ।
ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ଶନିବାର ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଜପତି, ଗଞ୍ଜାମରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା, ୫୦-୬୦ କିମି ପବନ, କୁଆପଥର, ଧୂଳିଝଡ଼ ସହ ବଜ୍ରପାତ ଆଶଙ୍କା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୁଳ, ନୟାଗଡ଼ ଓ ଢେଙ୍କାନାଳରେ ବର୍ଷା, ବଜ୍ରପାତ ସହ ୪୦-୫୦ କିମି ବେଗରେ ପବନ ମାଡ଼ ହୋଇପାରେ । କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ବଜ୍ରପାତ, ୩୦-୪୦ କିମି ପବନ, ଧୂଳିଝଡ଼ ହୋଇପାରେ ଅପରାହ୍ନ କିମ୍ବା ସନ୍ଧ୍ୟାରେ । ଆସନ୍ତା ୪, ୫, ୬ ତାରିଖରେ ରାଜ୍ୟରେ ବର୍ଷା, ପବନ ଆଶଙ୍କା ରହିଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ