୫ଟି ଜିଲ୍ଲା ବୁଲିବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଶୁକ୍ରବାର ଠାରୁ ପାଞ୍ଚଦିନ ଯାଏଁ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ୫ଟି ଜିଲ୍ଲା – କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର ଗସ୍ତ କରିବେ। ଏହି ଗସ୍ତ କାର୍ୟ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କୋଟିଆ ଗସ୍ତ କରି କୋଟିଆ ଅଞ୍ଚଳର ବିଭିନ୍ନ ବିକାଶମୂଳକ କାର୍ୟ୍ୟକ୍ରମ ସହିତ ସୁଭଦ୍ରା ଯୋଜନାର ସମୀକ୍ଷା କରିବେ। ଏହା ସହ ଅଗଷ୍ଟ ୯ ତାରିଖ, ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟରେ ଆୟୋଜିତ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ସମାରୋହରେ ଯୋଗ ଦେବେ। ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ୫ଟି ଜିଲ୍ଲାରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ୟ୍ୟଟନ ବିଭାଗର ବିଭିନ୍ନ କାର୍ୟ୍ୟକ୍ରମ ଓ ଯୋଜନାଗୁଡିକର ସମୀକ୍ଷା କରିବା ସହ ଆଗାମୀ କାର୍ୟ୍ୟକ୍ରମ ଓ ପ୍ରକଳ୍ପଗୁଡିକର କାର୍ୟ୍ୟନ୍ୱୟନ ସମୀକ୍ଷା କରିବେ।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ