୫୦୦୦ ମିଶନ ଶକ୍ତି ମହିଳାଙ୍କ ପାଇଁ ଆତ୍ମରକ୍ଷା ପ୍ରଶିକ୍ଷଣର ଶୁଭାରମ୍ଭ

ଭୁବନେଶ୍ୱର: ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି) ର ସଦସ୍ୟାମାନଙ୍କୁ ସୁରକ୍ଷିତ ଓ ସଶକ୍ତ କରିବା ଲକ୍ଷ୍ୟରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି) ର ସଦସ୍ୟାମାନଙ୍କୁ ସୁରକ୍ଷିତ ଓ ସଶକ୍ତ କରିବା ଲକ୍ଷ୍ୟରେ ମିଶନ ଶକ୍ତି ପକ୍ଷରୁ ପ୍ରଥମ ଥର ପାଇଁ ଏକ ସ୍ୱତନ୍ତ୍ର ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଜାତୀୟ ମହିଳା କମିଶନର (ଏନସିଡବ୍ଲ୍ୟୁ- NCW) ଅଧ୍ୟକ୍ଷା ବିଜୟା କିଶୋର ରାହତକର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀମତୀ ପ୍ରଭାତୀ ପରିଡ଼ା କହିଥିଲେ ଯେ, ମହିଳା ସଶକ୍ତିକରଣ କେବଳ ଆର୍ଥିକ ସ୍ୱାଧୀନତା ମଧ୍ୟରେ ସୀମିତ ନୁହେଁ, ବରଂ ସେମାନଙ୍କର ସମ୍ମାନ ଓ ସୁରକ୍ଷା ସୁନିଶ୍ଚିତ କରିବା ମଧ୍ୟ ଏକ ପ୍ରମୁଖ ଲକ୍ଷ୍ୟ। ଏହି ପ୍ରଶିକ୍ଷଣ ଦ୍ୱାରା ମହିଳାମାନେ ଆତ୍ମବିଶ୍ୱାସର ସହ ସମାଜରେ ବିଚରଣ କରିପାରିବେ ଏବଂ ନିର୍ଭୟରେ ବିଭିନ୍ନ ଆର୍ଥିକ କାର୍ଯ୍ୟକଳାପରେ ସାମିଲ ହୋଇପାରିବେ।

ଏଥିସହ ଏନସିଡବ୍ଲ୍ୟୁ ଅଧ୍ୟକ୍ଷା ଶ୍ରୀମତୀ ରାହତକର କହିଥିଲେ ଯେ, ମହିଳାମାନେ ଆତ୍ମନିର୍ଭରଶୀଳ ହେବା ସହ ନିଜ ସୁରକ୍ଷା ପାଇଁ ସଜାଗ ରହିଲେ ହିଁ ଦେଶର ଅର୍ଥନୀତିରେ ସେମାନଙ୍କର ଅବଦାନ ଅଧିକ ସୁଦୃଢ଼ ହେବ।

ଜାତୀୟ ମହିଳା କମିଶନ ଏବଂ ମିଶନ ଶକ୍ତି ବିଭାଗର ମିଳିତ ସହଯୋଗରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ଅଭିଯାନର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୫ଟି ଜିଲ୍ଲା ଯଥା- ଖୋର୍ଦ୍ଧା, କଟକ, ପୁରୀ, କେନ୍ଦୁଝର ଏବଂ ଗଞ୍ଜାମର ୫,୦୦୦ ଏସଏଚଜି ସଦସ୍ୟାଙ୍କୁ ପ୍ରଶିକ୍ଷଣ ଦିଆଯିବ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଶୋଭନା ମହାନ୍ତି, ମିଶନ ଶକ୍ତି ବିଭାଗର କମିସନର ତଥା ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ଭାଲ ଏବଂ ଅତିରିକ୍ତ ଶାସନ ସଚିବ ଶ୍ରୀ ଶୈଳେନ୍ଦ୍ର କୁମାର ଜେନାଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ମହିଳାଙ୍କ ନେତୃତ୍ୱରେ ବିକାଶର ନୂଆ ପର୍ଯ୍ୟାୟ ଉପରେ ଗୁରୁତ୍ୱାରୋପ କରିଥିଲେ।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ଆଇପିଏସ୍ଆ ଶୀଷ ସିଂଙ୍କୁ ଓଡ଼ିଶା କ୍ୟାଡ଼ରକୁ ଫେରାଇଦେଲା କେନ୍ଦ୍ର

    ଭୁବନେଶ୍ୱର: ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଆଶୀଷ କୁମାର ସିଂଙ୍କୁ କେନ୍ଦ୍ର ସରକାର ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେଇଛନ୍ତି। କେନ୍ଦ୍ରୀୟ ଗୁଇନ୍ଦା ବିଭାଗ(ଆଇବି)ରେ ଡେପୁଟି ଡାଇରେକ୍ଟର ଭାବେ କାର୍ୟ୍ୟରତ ଥିବା ଶ୍ରୀ ସିଂଙ୍କୁ ତତ୍କାଳ ଅବ୍ୟାହତ ଦେଇ ଓଡ଼ିଶା କ୍ୟାଡ଼ରକୁ ଫେରିଯିବାକୁ ନିର୍ଦ୍ଦେଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ