୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତା: ସାଇ ସ୍ବରୂପଙ୍କୁ ୨ଟି ସ୍ବର୍ଣ୍ଣ

ଅହମଦାବାଦ: ୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତାରେ ଓଡ଼ିଶାର ଯୁବ ସନ୍ତରଣକାରୀ ସାଇ ସ୍ବରୂପ ସ୍ବାଇଁ ଚମତ୍କାର ପ୍ରଦର୍ଶନ କରି ୩ (୨ ସ୍ବର୍ଣ୍ଣ, ୧ କାଂସ୍ୟ) ପଦକ ଜିତି ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ଅହମଦାବାଦରେ ଆୟୋଜିତ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତାରେ ଓଡ଼ିଶାର ପ୍ରଥମ ପୁରୁଷ ସନ୍ତରଣକାରୀ ଭାବେ ବୁଧବାର ଜାତୀୟ ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିବାର ଗୌରବ ଅର୍ଜନ କରିଥିବା ଏହି ବିସ୍ମୟ ବାଳକ ଗୁରୁବାର ଶେଷ ଦିନରେ ଆଉ ଗୋଟିଏ ସ୍ବର୍ଣ୍ଣ ପାଇଛନ୍ତି। କର୍ଣ୍ଣାଟକର ରିୟାଂଶ କାଣ୍ଠି (୧:୧୨.୦୧) ଏବଂ କେରଳର ଅଭିଜିତ ପି (୧:୧୩.୮୦) ଯଥାକ୍ରମେ ରୌପ୍ୟ ଓ କାଂସ୍ୟ ଜିତିଥିଲେ।
ପୂର୍ବରୁ ୨୦୦ ମିଟର (୨:୩୧.୫୦) ବ୍ରେଷ୍ଟ୍‌ଷ୍ଟ୍ରୋକ୍‌ରେ ସ୍ବର୍ଣ୍ଣ ଏବଂ ୫୦ ମିଟର (୩୨.୯୫‌) ବ୍ରେଷ୍ଟ୍‌ଷ୍ଟ୍ରୋକ୍‌ରେ କାଂସ୍ୟ ଜିତିଥିବା ସାଇସ୍ବରୂପ ଗୁରୁବାର ‌ବାଳକ ୧୦୦ ମିଟର ବ୍ରେଷ୍ଟ୍‌ଷ୍ଟ୍ରୋକ୍‌-୨ରେ ସ୍ବର୍ଣ୍ଣ ଜିତିଛନ୍ତି। ଫାଇନାଲ୍‌ ରେସ୍‌କୁ ସେ ୧ ମିନିଟ୍‌ ୧୦.୬୧ ସେକେଣ୍ଡ୍‌ରେ ଶେଷ କରି ଏହି ପଦକ ପାଇଥିଲେ। ସାଇସ୍ବରୂପଙ୍କ ଏହି ୩ ପଦକ ବଳରେ ଓଡ଼ିଶା ଅଷ୍ଟମ ସ୍ଥାନରେ ଅଭିଯାନ ଶେଷ କରିଛି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ